ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜ୍ୟରେ ରବିବାର ୪୬୯ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୩୧୭ କ୍ୱାରାଣ୍ଟାଇନ୍ ମାମଲା ଥିବା ବେଳେ ୧୫୨ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୦୭୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।