ପର୍ଯ୍ୟଟକଙ୍କ ପାଇଁ ନୂଆ ଠିକଣା: ପାଇନ୍‌ ବଣ ପର୍ଯ୍ୟଟନ କ୍ଷେତ୍ରରେ ଯୋଡ଼ିହେଲା ଚଲାପଥ

ଦାରିଙ୍ଗବାଡ଼ି,୨୧ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ରରେ ଯୋଡ଼ିହେଲା ନୂତନ ଚଲାପଥ ତଥା ‘ପାଇନ୍‌ ବଣ ଓ୍ବାକିଂ ଟ୍ରେଲ୍‌’ ଯାହାକି ପର୍ଯ୍ୟଟକଙ୍କ ପାଇଁ ସକାଳ ଓ ସନ୍ଧ୍ୟା ଭ୍ରମଣରେ ଦେବ ଅନେକ ଫାଇଦା।

ପ୍ରକାଶ ଯେ, ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ରରେ କଫି ବଗିଚାକୁ ନେଇ ଦାରିଙ୍ଗବାଡ଼ି ପରିଚିତ ରହିଥିବା ବେଳେ ପରବର୍ତ୍ତୀ ସମୟରେ ପର୍ଯ୍ୟଟକଙ୍କ ଚାହିଦାକୁ ନଜରରେ ରଖି ହିଲ୍‌ଭିୟୁ ପାର୍କ, ନେଚର ପାର୍କ, ଡୁଲୁରୀ ପାଇନ ବଣ, ମିଡିୟୁବାନ୍ଦା , ପାଟାବାନ୍ଧା, ରେନ ବୋ’ ଜଳପ୍ରପାତ, ସୁଲେଇସରୁ ପାହାଡ଼, ଶାନ୍ତି ଉପତ୍ୟକା ସମେତ ଲଭର୍ସ ପଏଣ୍ଟ, ପାଙ୍ଗାଲି ଘାଟି ଭିୟୁ ଆଦିକୁ ପର୍ଯ୍ୟଟନକ୍ଷେତ୍ର ଭାବେ ଲୋକାର୍ପିତ ହୋଇଛି ଯାହାକି ପର୍ଯ୍ୟଟକ ପସନ୍ଦ କରିଆସିଛନ୍ତି। ତେବେ କଫି ବଗିଚା ଓ ଡୁଲୁରୀ ପାଇନ୍‌ବଣ ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ଲଟାବୁଦା ଭର୍ତ୍ତି ପାଇନ ଜଙ୍ଗଲ ଦୀର୍ଘବର୍ଷ ଧରି ପଡ଼ିରହିଥିଲା। ତା’ର ପୁନରୁଦ୍ଧାର ପାଇଁ ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ର ହାତକୁ ନେଇଛନ୍ତି। ଏବେ ଉକ୍ତ ପାଇନ ବଣର ଲଟାବୁଦା ସଫା କରାଯିବା ସହ ଭ୍ରମଣ ପାଇଁ ପାଦଚଲା ରାସ୍ତା ସମ୍ପ୍ରସାରଣ କରାଯାଉଛି। ଯାହାକି ଦାରିଙ୍ଗବାଡ଼ିର ସୌନ୍ଦର୍ଯ୍ୟକୁ ଦ୍ବିଗୁଣିତ କରିବା ସହ ପର୍ଯ୍ୟଟକ ଏହାକୁ ବ୍ୟାପକ ବ୍ୟବହାର କରିପାରିବେ ବୋଲି ବିଡିଓ ପାତ୍ର କହିଛନ୍ତି। ସକାଳ ଓ ସନ୍ଧ୍ୟା ଭ୍ରମଣ ସହ ବଣ ଭୋଜି ପାଇଁ ମଧ୍ୟ ବ୍ୟବସ୍ଥା କରାଯିବ ବୋଲି ସେ କହିଛନ୍ତି। ସେ ଉକ୍ତ ପୁନରୁଦ୍ଧାର କାର୍ଯ୍ୟକୁ ନିଜେ ତଦାରଖ କରିବା ସହ ବିଡିଓ ପାତ୍ରଙ୍କୁ ବ୍ଲକ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ କେଦାର ଚନ୍ଦ୍ର ପଣ୍ଡା, ସହକାରୀ ନିର୍ବାହୀ ଯନ୍ତ୍ରୀ ଶିଶିର ପାତ୍ର, କନିଷ୍ଠ ଯନ୍ତ୍ରୀ ଧୀରେନ ସେଠୀ ପ୍ରମୁଖ ସହଯୋଗ କରୁଛନ୍ତି। ଆସନ୍ତା ମାସଠାରୁ ଉକ୍ତ ‘ପାଇନ ବଣ ଓ୍ବାକିଂ ଟ୍ରେଲ୍‌’ ଲୋକାର୍ପଣ ହେବ ବୋଲି ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri