ଭକ୍ତମାନଙ୍କ ସହଜ ଦର୍ଶନ ପାଇଁ ଗ୍ରହଣ କରାଯିବ ନୂଆ ବ୍ୟବସ୍ଥା: ବୃଦ୍ଧବୃଦ୍ଧା, ମହିଳାଙ୍କ ପାଇଁ ଅଲଗା ଧାଡ଼ି

ପୁରୀ,୩୦।୮: ଶୁକ୍ରବାର ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଭକ୍ତମାନଙ୍କ ସହଜ ଦର୍ଶନଠାରୁ ଆରମ୍ଭ କରି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିର ରତ୍ନଭଣ୍ଡାର କବାଟ ସୁନା ଛାଉଣୀ କରାଯିବ। ଏଏସ୍‌ଆଇ ମରାମତି କାର୍ଯ୍ୟ ସାରିବା ପରେ ସୁନା ଛାଉଣୀ ହେବ। ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାର କବାଟ ସୁନା ଛାଉଣୀ ହେବ। ସୁନା ଛାଉଣୀ ପ୍ରସ୍ତାବକୁ ପରିଚାଳନା କମିଟିରେ ଅନୁମତି ମିଳିଛି।

ସେହିପରି ଶ୍ରଦ୍ଧାଳୁଙ୍କ ସହଜ ଦର୍ଶନ ପାଇଁ ଶ୍ରୀମନ୍ଦିର ନାଟ ମଣ୍ଡପରେ ଏୟାର କଣ୍ଡିସନ ବ୍ୟବସ୍ଥା ହେବ। ବୃଦ୍ଧବୃଦ୍ଧା, ମହିଳାଙ୍କ ପାଇଁ ଅଲଗା ଧାଡ଼ି ବ୍ୟବସ୍ଥା କରାଯିବ। ଏପରିକି ମହିଳାଙ୍କ ପାଇଁ ଅଲଗା, ପୁରୁଷଙ୍କ ପାଇଁ ଅଲଗା ଧାଡ଼ି କରାଯିବ। ଏହାସହିତ ନାଟ ମଣ୍ଡପରେ ଥିବା ଆଲମୀରା କାଢ଼ି ଦିଆଯିବ। ସେବାୟତଙ୍କ ସହ ଆଲୋଚନା କରାଯାଇ ଆଲମୀରା କଢ଼ାଯିବ। ଦର୍ଶନ ବ୍ୟବସ୍ଥା ବ୍ୟତୀତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି ରେକର୍ଡର ଡିଜିଟାଇଜେସନ କରିବାକୁ ନିଷ୍ପତି ନିଆଯାଇଛି। ଓରସାକ ସହାୟତାରେ ସମସ୍ତ ଜମି ରେକର୍ଡ ଡିଜିଟାଇଜେସନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଚୋରି ଅଭିଯୋଗରେ ୪ ଗିରଫ କରି କୋର୍ଟ ଚାଲାଣ କଲା ବିଜେପୁର ପୋଲିସ

ଲାଞ୍ଜିଗଡ,୧୧ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ସିନ୍ଧିଭଟା ଗ୍ରାମରୁ ଛେଳି ଚୋରି ଅଭିଯୋଗରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି...

ଲାଞ୍ଜିଗଡ଼ରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ

ଲାଞ୍ଜିଗଡ,୧୧ା୪ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବେନଗାଁ, ଲାଞ୍ଜିଗଡ ରୋଡ୍‌, ମଧୁପୁର ପିଏଚ୍‌ସିଠାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା...

ଲୁକ୍କାୟିତ ପ୍ରତିଭାର ବିକାଶକୁ ଗୁରୁତ୍ୱ

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):  ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ପିଲାଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ କରିବ। ଏହା ମାଧ୍ୟମରେ ପିଲାଙ୍କୁ ସହ ଶୈକ୍ଷିକ କାର୍ଯ୍ୟକ୍ରମରେ ନିୟୋଜିତ...

କୋଲକାତାର ମହାବିଜୟ, ୮ ଉଇକେଟରେ ହାରିଗଲା ଚେନ୍ନାଇ

ଚେନ୍ନାଇ, ୧୧।୪-ଅଧିନାୟକ ପରିବର୍ତ୍ତନ ହେଲେ ହେଁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳର ଭାଗ୍ୟ ପରିବର୍ତ୍ତନ ହୋଇନାହିଁ। ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଦଳ...

ଶୁଦ୍ଧକ୍ରିୟାକୁ ବିତିଥିଲା ୩୭ ବର୍ଷ:  ମା’ କୋଳକୁ  ଫେରିଲା ହଜିଲା ପୁଅ, କୋଳେଇନେଇ… 

ଦାରିଙ୍ଗବାଡ଼ି,୧୧।୪ (ଅରୁଣ ସାହୁ): ଶୁଦ୍ଧକ୍ରିୟାକୁ ୩୭ ବର୍ଷ ବିତିବା ପରେ ଜନ୍ମ ମାଟିକୁ ଫେରିଲେ ପୁଅ ଆଉ ପରିବାର ଗ୍ରାମବାସୀ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ। ଏଭଳି...

ଘଣ୍ଟ ବାଡେଇ ନିଖୋଜ ଯୁବକଙ୍କୁ ଖୋଜା ଚାଲିଛି, ଏତଲା ପରେ ତଦନ୍ତ ଆରମ୍ଭ କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡପଥରା ଗ୍ରାମର ପଠାଣି ନାଇକ ଗତ ବୁଧବାରଠାରୁ ନିଖୋଜ ହୋଇଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି।...

ଭଞ୍ଜନଗର ବିଭିନ୍ନ ସ୍ଥାନରେ ଆୟୁଷ୍ମାନ ଭାରତ ଶୁଭାରମ୍ଭ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଭାରତ ସରକାରଙ୍କ ନେତୃତ୍ୱରେ ଚାଲିଥିବା ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀଙ୍କ ଜନ ଆରୋଗ୍ୟ ଯୋଜନା (ଏବିପିଏମଜେଏୱାଇ) ଏବଂ ଆମ ରାଜ୍ୟର ଗୋପବନ୍ଧୁ ଜନ...

ବରଗଡ଼ରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଶୁଭାରମ୍ଭ: ୧୦ ଲକ୍ଷ ୩୧ ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିବ…

ବରଗଡ,୧୧।୪(ପ୍ରେମାନନ୍ଦ ଖମାରୀ) – ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣର ଜିଲାସ୍ତରୀୟ କାର୍ଯ୍ୟକ୍ରମ ଶୁକ୍ରବାର ବରଗଡ଼ ଗୋରୁ ମାର୍କେଟ ପରିସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image