ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରରେ ନୂଆ ଅଧ୍ୟାୟ: ରୋପଣ ହେଲା ଚେରୀ ବ୍ଲସ୍‌ମ ଚାରା

ଦାରିଙ୍ଗବାଡି, ୧୩।୮ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳକୁ ପ୍ରଥମଥର ପାଇଁ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଗସ୍ତ କରିଛନ୍ତି। ସେ ଅପରାହ୍ନରେ ଦାରିଙ୍ଗବାଡି ବନ ବିଭାଗର ଡାକ ବଙ୍ଗଳାରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ଆରସିସିଏଫ ସଞ୍ଜୟ ସୱାଇଁ, ବିଡ଼ିଓ ଗଦାଧର ପାତ୍ର, ଅତିରିକ୍ତ ତହସିଲଦାର କୃଷ୍ଣ ଚନ୍ଦ୍ର ନାୟକ, ଡିିଏଫଓ ବିଶ୍ୱରଞ୍ଜନ ପଣ୍ଡା, ଫୁଲବାଣୀ ବନଖଣ୍ଡର ଡିଏଫଓ ପ୍ରଶାନ୍ତ ପଟେଲ,କେନ୍ଦୁଲିଫର ଡିିଏଫଓ ଶରତ କୁମାର ମିଶ୍ର, ଏସିଏଫ ସତୀଶ କୁମାର ଧାରୁଆ ପ୍ରମୁଖ ସ୍ବାଗତ କରିଥିଲେ। ପରେ ଭାଜପାର ଜିଲା ସଭାପତି ଜଗନ୍ନାଥ ସାହୁ, ମଣ୍ଡଳ ସଭାପତି ସନ୍ତୋଷ ସାହୁ, ପୂର୍ବତନ ସଭାପତି ଅରୁଣ ପ୍ରଧାନ,ଜିଲ୍ଲା ସମ୍ପାଦକ ହରେନ ସାହୁ, ଭାଲୁ ସାହୁ, ପ୍ରଭାକର ସାହୁ ପ୍ରମୁଖ ମନ୍ତ୍ରୀଙ୍କୁ ସୱାଗତ ସମ୍ବର୍ଦ୍ଧନା ଜଣାଇବା ସହ ଦାରିଙ୍ଗବାଡି ରେ ଜଙ୍ଗ ର ସୁରକ୍ଷା ସମ୍ପର୍କରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଗ୍ରୀଷ୍ମରେ ସର୍ବାଧିକ ଜଙ୍ଗଲ ପୋଡିକୁ ବନ୍ଦ କରାଇବା ଓ ପୋଡୁ ଚାଷକୁ ରୋକିବା ଦିଗରେ ଅଞ୍ଚଳବାସୀ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ସେହିପରି ଅପରାହ୍ନରେ ବିଭାଗ ପକ୍ଷରୁ ଚାରା ରୋପଣ କାର୍ଯ୍ୟକ୍ରମ କରାଯାଇଥିଲା।
ଏହି ଅବସରରେ ୧ ହଜାର ଚେରୀ ବ୍ଲସ୍‌ମ ଚାରା ରୋପଣ କରାଯାଇଥିଲା ଯାହାକି ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରରେ ନୂଆ ଅଧ୍ୟାୟ ଭାବେ ଚେରୀ ବ୍ଲସମ୍‌ ଯୋଡି ହୋଇଛି। ଏହାର ଫୁଲ ସୌନ୍ଦର୍ଯ୍ୟକୁ ଦ୍ବିଗୁଣିତ କରିବ। ଦାରିଙ୍ଗବାଡିର ଶୀତଳ ଜଳବାୟୁରେ ଏହି ଫୁଲ ଗଛଟି ଭଲ ହେଉଥିବାରୁ ପରୀକ୍ଷାମୂଳକ ଭାବେ ଏହା ରୋପଣ କରାଯାଇଥିଲା। ପରେ ମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ନେଇ ସମୀକ୍ଷା ବୈଠକ କରିଥିଲେ। ସେହିପରି ଶ୍ରମ ବିଭାଗର ବିଭିନ୍ନ ବିଷୟରେ ସମୀକ୍ଷା କରାଯାଇଥିଲା। ସେହିପରି ସାରିଙ୍ଗିଇର୍ପି ସାହିର ମହିଳାମାନେ ପିଇବାପାଣି ସମେତ ବିଭିନ୍ନ ସମସ୍ୟା ସମ୍ପର୍କରେ ମନ୍ତ୍ରୀଙ୍କୁ ଜଣାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ...

ପୋଖରୀରେ ବୁଡ଼ିଗଲେ ୨ ଦିବ୍ୟାଙ୍ଗ ଯୁବତୀ

ଶେରଗଡ଼/ହିଞ୍ଜିଳିକାଟୁ,୨୩।୪(ସୂର୍ଯ୍ୟନାରାୟଣ ଦାଶ/ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା ନରେନ୍ଦ୍ରପୁର ଗ୍ରାମ ପୋଖରୀରେ ବୁଡ଼ି ବୁଧବାର ୨ ଦିବ୍ୟାଙ୍ଗ ଯୁବତୀଙ୍କ ମୃତ୍ୟୁ ଘଟିଛି।...

ଖେମୁଣ୍ଡି କଲେଜ ଛାତ୍ରୀଛାତ୍ରଙ୍କ ସଫଳତା, ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ଶୀତଲ-ପୁଷ୍ପାଞ୍ଜଳି

ଦିଗପହଣ୍ଡି,୨୩ା୪(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ବିଭିନ୍ନ ବିଭାଗରେ ଖେମୁଣ୍ଡି କଲେଜର ୧୨ ଜଣ ଛାତ୍ରୀଛାତ୍ର ବିଶବିଦ୍ୟାଳୟର...

ଗଞ୍ଜେଇ ଗାଡ଼ି ଛାଡ଼ି ଚାଳକ ଚମ୍ପଟ

ଦାରିଙ୍ଗବାଡ଼ି,୨୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା, ଗଞ୍ଜେଇ ଭର୍ତ୍ତି ମିନିଟ୍ରକକୁ ପୋଲିସ ଜବତ କରିଛି। ୨୭୦ କେଜି ଗଞ୍ଜେଇ ଜବତ...

ପହଲଗାମ୍‌ ଶହୀଦଙ୍କ ସ୍ମୃତିରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଭଞ୍ଜନଗର,୨୩ା୪(ବାବୁଲା ପ୍ରଧାନ): ଜମ୍ମୁ-କଶ୍ମୀରର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ଶହୀଦ ହୋଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲ ରେ ଚିକିତ୍ସିତ...

ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ପାଗଳ ମାଙ୍କଡ଼, ଧରିବା ପାଇଁ ନାମେଦମ୍‌ ହେଲାଣି ବନ ବିଭାଗ

ଗଞ୍ଜାମ,୨୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଲେଣି । ଗତକାଲି ଏକ ପାତି ମାଙ୍କଡ଼ କାମୁ...

ଆମ କଳିକା କେନ୍ଦ୍ର ଉଦ୍‌ଘାଟିତ: ଶିଶୁମାନଙ୍କ ଲାଳନପାଳନରେ ହେବ ସହାୟକ

କେନ୍ଦୁଝର,୨୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏକେ ଆମ କଳିକା କେନ୍ଦ୍ର (କ୍ରେଚ୍‌) କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି।...

ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୧୪ରୁ ଖୋଲିବ ଧାନମଣ୍ଡି

ବରଗଡ଼,୨୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପାଇଁ ବୁଧବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image