ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା ୟୁନିଟ୍‌ କାର୍ଯ୍ୟ ପରିସର କେନ୍ଦୁଝର ଜିଲା ଅଧୀନ ଶଙ୍କରୀ ଗ୍ରାମଠାରେ ଉକ୍ତ ସିଏଚ୍‌ଡିର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଛି। ଏହି ଅବସରରେ ଶଙ୍କରୀ ଗ୍ରାମର ୱାର୍ଡମେମ୍ବର ସୁଲୋଚନା ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ଭାରପ୍ରାପ୍ତ ଟିଏସ୍‌ଏଫ୍‌ ପ୍ରଭାରୀ ଧର୍ମେନ୍ଦ୍ର ହିରୱା, ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ମୁଖ୍ୟ-ସିଏସ୍‌ଆର୍‌ ମଦନ ଦାଶଙ୍କ ସହ ସ୍ଥାନୀୟ ସମ୍ପ୍ରଦାୟର ବହୁ ସଦସ୍ୟ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, କମ୍ପାନୀର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅନୁଯାୟୀ ଏହି ପ୍ରକଳ୍ପର କାର୍ଯ୍ୟକ୍ଷମ ହୋଇଛି, ଏପରିକି ପ୍ରକଳ୍ପ ଆରୋଗ୍ୟ ଅଧୀନରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର (ଡିସ୍‌ପେନସାରି)ର ଶୁଭାରମ୍ଭ ହୋଇଯାଇଛି।
ସେହିଭଳି ଶଙ୍କରୀ ଗ୍ରାମ ଏବଂ ଆଖପାଖ ଅଞ୍ଚଳର ଲୋକଙ୍କ ଆବଶ୍ୟକତାକୁ ପୂରଣ କରିବା ପାଇଁ ଏହି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ବେଶ୍‌ ସହାୟକ ହେବ ବୋଲି ଆଶା କରାଯାଉଛି। ଏପରିକି ଆଖପାଖ ଅଞ୍ଚଳରେ ପ୍ରଚଳିତ ସ୍ବାସ୍ଥ୍ୟ ଓ ପୋଷଣ ସମସ୍ୟାର ସମାଧାନ, ସାମଗ୍ରିକ ସୁସ୍ଥତା ବୃଦ୍ଧି ଏବଂ ଉତ୍ତମ ସ୍ବାସ୍ଥ୍ୟ ବିକାଶ ପାଇଁ ଆବଶ୍ୟକ ସ୍ବାସ୍ଥ୍ୟ ସେବା ଆଭିମୁଖ୍ୟକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ସ୍ଥାପିତ ଏହି ଡିସ୍‌ପେନସାରି ଜରିଆରେ ୫୦୦ରୁ ଅଧିକ ଲୋକ ଉପକୃତ ହେବେ ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି।
ସେହିପରି ପ୍ରତି ସପ୍ତାହରେ ଜଣେ ଡାକ୍ତର ୨ଥର ଉପସ୍ଥିତ ରହିବା ସହ ଆବଶ୍ୟକ ରୋଗୀ ସେବା ଯୋଗାଇ ଦେବେ। ଏପରିକି ଜଣେ ଫାର୍ମାସିଷ୍ଟ ଏବଂ ଜଣେ ନର୍ସଙ୍କ ସମେତ ଜଣେ ଉତ୍ସର୍ଗୀକୃତ ପାରାମେଡିକାଲ କର୍ମଚାରୀ ଏଠାରେ ଉପଲବ୍ଧ ଥିବାବେଳେ ଡିସ୍‌ପେନସାରିରେ ମାଗଣା ପରାମର୍ଶ ଓ ଔଷଧ ମଧ୍ୟ ଯୋଗାଇ ଦିଆଯିବ। ଏହି ପ୍ରକଳ୍ପର କାର୍ଯ୍ୟକାରୀ ସହଯୋଗୀ ଉତ୍କଳ ନିଡ୍ସ ଉକ୍ତ ଡିସ୍‌ପେନସାରିର ପରିଚାଳନା ସହ ତଦାରଖ କରିବ। ଏହି ଅଞ୍ଚଳରେ ସ୍ବାସ୍ଥ୍ୟସେବା ଉପଲବ୍ଧତା ସହ ଉନ୍ନତି ଆଣିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ, ଡିସ୍‌ପେନସାରି ପ୍ରତିଷ୍ଠା ପାଇଁ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଦ୍ୱାରା ନିଆଯାଇଥିବା ପଦକ୍ଷେପକୁ ଗ୍ରାମବାସୀ ସ୍ବାଗତ ଏବଂ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri