CORONAVIRUS UPDATE: ରାଜ୍ୟରେ ଦିନକରେ ୨୫ଶହ ପାର କଲା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୨୯ ଜିଲାରୁ ଆଉ ୨୫୮୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୨୫୮୯ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୧୫୭୪ ଚିହ୍ନଟ ହୋଇଥିବା ବେଳେ ୧୦୧୫ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୬୭,୧୨୨କୁ ବୃଦ୍ଧି ପାଇଛି।


ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୬୭,୧୨୨ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୧,୩୮୩ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୪୫,୩୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Share