CORONAVIRUS UPDATE: ରାଜ୍ୟରେ ୨୯ ଜିଲାରୁ ୩୨୧୯ ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରେ ପୁଣି ୭୦୦ ପାର

ଭୁବନେଶ୍ୱର, ୨।୯(ବ୍ୟୁରୋ): ରାଜ୍ୟରେ ବୁଧବାର ୨୯ ଜିଲାରୁ ପୁଣି ୩୨୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୯୭୮୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୩୨୧୯ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ ସେଣ୍ଟରରୁ ୧୯୩୧ ଚିହ୍ନଟ ହୋଇଥିବା ବେଳେ ୧୨୮୮ ଲୋକାଲ କେସ୍‌ ରହିଛି।


ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୦୯୭୮୦ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୮୪୪୩ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୮୦୭୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Share