ଭୁବନେଶ୍ୱର, ୨୩।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୩୦୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୧୮ ଲୋକାଲ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ସୂଚନା ଦିଆଯାଇଛି।
ନୂଆ ପଜିଟିଭଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ ହଜାର ୫୪୪କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୫୭୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେବି ୩୭୧୧ ଚିକିତ୍ସାଧୀନ ରହିଛନ୍ତି। ୭୩ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୨ ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି।