Advertisement

ଭୁବନେଶ୍ୱରରୁ ଆଉ ୨୬୭ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୩୪୨

ଭୁବନେଶ୍ୱର, ୧୪।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୨୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୯୬ ଲୋକାଲ କେସ୍‌ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି।
ନୂଆ ପଜିଟିଭଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୨୮୩କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୨୨୮୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେବି ୩୨୭୨ ଚିକିତ୍ସାଧୀନ ରହିଛନ୍ତି। ୧୨୩ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୨ ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share