ରାଜଧାନୀରୁ ୧୮୯ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୨୬୭

ଭୁବନେଶ୍ୱର, ୨୩।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୧୮୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୪୭ ଏବଂ ଲୋକାଲ କେସ୍‌ ୧୪୨ ଜଣ ରହିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ରାଜଧାନୀରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୨୯୯ରେ ପହଞ୍ଚିଛି। ସେଥିମଧ୍ୟରୁ ୨୫୬୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୫୧୧ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି। ୧୪୮ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଶୁକ୍ରବାର ୨୬୭ଜଣ ସୁସ୍ଥ ହୋଇଛନ୍ତି।

Share