ଲାଗୁ ହେଲା ନୂଆ ଆପରାଧିକ ଆଇନ

ଖୋର୍ଦ୍ଧା,୧।୭ (ପ୍ରଭାତ ପାଣିଗ୍ରାହୀ) : ଆଜିଠୁ ଦେଶରେ ଲାଗୁ ହେଲା ନୂଆ ଆପରାଧିକ ଆଇନ। ଏଣିକି ଦଣ୍ଡ ନୁହେଁ, ଜନତାଙ୍କୁ ନ୍ୟାୟ ଦେବା ଉପରେ କାର୍ଯ୍ୟ କରିବ ଦେଶର ନ୍ୟାୟ ବ୍ୟବସ୍ଥା । ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ, ମଧ୍ୟରାତ୍ରୀରୁ ଦେଶରେ ଏହି ୩ଟି ଆଇନ ଲାଗୁ କରାଯାଇଛି। ଏନେଇ ଖୋର୍ଦ୍ଧା ଆଦର୍ଶ ଥାନା ପକ୍ଷରୁ ଟାଉନହଲ ରେ ନୂତନ ଅପରାଧିକ ଆଇନ କାର୍ଯ୍ୟକାରିତା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ବାର ଆସୋସିଏସନ ଆଇନଜିବୀ ମାନେ ଏହି ନୂତନ ଆଇନ ସମ୍ପର୍କରେ ଉପସ୍ଥିତ ଜନତାଙ୍କୁ ସୂଚନା ଦେଇଥିଲେ।
ବ୍ରିଟିଶ ଅମଳର ୩ଟି ଆଇନ ଭାରତୀୟ ପିଙ୍ଗଳ କୋର୍ଡ, କୋଡ ଅଫ କ୍ରିମିନାଲ ପ୍ରୋସିଜିଓର ଏବଂ ଭାରତୀୟ ପ୍ରମାଣ ଆଇନର ସ୍ଥାନ ନେଇଛି ନୂଆ ଆଇନ। ନୂଆ ବ୍ୟବସ୍ଥା ଅନୁସାରେ ଶୁଣାଣି ଶେଷ ହେବାର ୪୫ ଦିନ ଭିତରେ ରାୟ ପ୍ରକାଶ ପାଇବ। ପ୍ରଥମ ଶୁଣାଣିର ୬୦ ଦିନ ଭିତରେ ଚାର୍ଜଫ୍ରେମ ହେବ।
ଦୁଷ୍କର୍ମ ପୀଡ଼ିତାଙ୍କ ବୟାନ ଅଭିଭାବକଙ୍କ ଉପସ୍ଥିତିରେ ମହିଳା ପୋଲିସ ନେବେ। ୭ ଦିନ ଭିତରେ ମେଡିକାଲ ରିପୋର୍ଟ ପ୍ରଦାନ କରାଯିବ। ସାଙ୍ଗଠନିକ ଅପରାଧ ଓ ଆତଙ୍କବାଦର ସଂଜ୍ଞା ପରିବର୍ତ୍ତନ, ରାଜଦ୍ରୋହ ଶବ୍ଦକୁ ହଟାଯାଇ ଦେଶଦ୍ରୋହକୁ ସାମିଲ କରାଯାଇଛି। ସମସ୍ତ ତଲାସୀ ଓ ଜବତ କ୍ଷେତ୍ରରେ ଭିଡ଼ିଓଗ୍ରାଫି ବାଧ୍ୟତାମୂଳକ। ଗିରଫ ହେବା ପରେ ଜଣେ ବ୍ୟକ୍ତି ପରିବାର ଓ ସମ୍ପର୍କୀୟଙ୍କୁ ସ୍ଥିତି ସମ୍ପର୍କରେ ଜଣାଇପାରିବେ,ନିଜର ସ୍ଥିତି ସମ୍ପର୍କରେ ଜଣାଇବାକୁ ଦିଆଯାଇଛି ଅଧିକାର। ଗିରଫ ସମ୍ପର୍କିତ ସମସ୍ତ ତଥ୍ୟ ଥାନା କିମ୍ବା ପୋଲିସ ମୁଖ୍ୟାଳୟରେ ରଖାଯିବ।
ବ୍ୟକ୍ତିଗତ ଭାବେ ହାଜର ନହୋଇ ଇଲେକ୍ଟ୍ରୋନିକ ମାଧ୍ୟମରେ ଏଫଆଇଆର କରିହେବ। ଜିରୋ ଏଫଆଇଆର ଉପରେ ଗୁରୁତ୍ବ ଦିଆଯାଇଛି। ବିଶେଷତଃ ନାଗରିକ ସୁରକ୍ଷା,ଅଧିକାର ଉପରେ ଗୁରୁତ୍ବ ଦିଆଯାଇଛି ବୋଲି ଅତିଥି ମାନେ କହିଛନ୍ତି। ଟାଉନ ଥାନାଧିକାରୀ ସଞ୍ଜୟ ନାୟକ, ଅତିରିକ୍ତ ଆଇଆଇସି ସୁଚିତ୍ରା ଜେନା, ବାର ସଭାପତି ଜୀବ୍ଯଯଯୋତି ମିଶ୍ର, ସମ୍ପାଦକ ପ୍ରଭଞ୍ଜନ ଜେନା, ଶୁଶାନ୍ତ ରାୟ, ରାମଶିଷ ପଟ୍ଟନାୟକ, ଲଲାଟ କେଶରୀ ପ୍ରଧାନ, ଦାମନ ପାତ୍ର, ଅକ୍ଷୟ ମଙ୍ଗରାଜ ପ୍ରମୁଖ ଓକିଲ ଉପସ୍ଥିତ ଥିଲେ। ବରିଷ୍ଠ ବୁଦ୍ଧିଜିବୀ ବୈକୁଣ୍ଠନାଥ ମହାପାତ୍ର, କୃଷ୍ଣଚନ୍ଦ୍ର ହରିଚନ୍ଦନ, ପ୍ରଫୁଲ୍ଲ ସାମନ୍ତରାୟ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିବା ବେଳେ ସ୍ଥାନୀୟ ବୁଦ୍ଧିଜିବୀ, ଶିକ୍ଷାବିତ ବରିଷ୍ଠ ନାଗରିକ, ସାମାଜିକ କର୍ମୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ଦାଦନ ଖଟିବାକୁ ଆସି ରାସ୍ତା ନିର୍ମାଣବେଳେ ଚାଲିଗଲା ଜୀବନ

ପଟ୍ଟାଙ୍ଗି,୫।୦୭(ଶରତ ଧଳ): ନିଜ ପରିବାରଙ୍କୁ ବାହାର ରାଜ୍ୟରେ ଛାଡ଼ି ଓଡିଶାରେ ପହଞ୍ଚି କିଛି ରୋଜଗାର କରିବା ସ୍ବପ୍ନ ଦେଖି ଆସିଥିଲେ। ହେଲେ ଲାଲ ବିହାରୀ ମହାରଣାଙ୍କୁ...

ଭିଜିଲାନ୍ସ ଜାଲରେ ତହସିଲଦାର

ରାୟଗଡ଼ା,୫।୭(ଆଶିଷ ରଞ୍ଜନ ପଣ୍ଡା): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ। ତାଙ୍କ ସରକାରୀ ଗାଡି ଭିତରୁ ଜବତ କରାଯାଇଛି ୧...

ମା’ଙ୍କ ନାକ କାଟି ବନ୍ଧା ହେଲେ ପୁଅ

ସେମିଳିଗୁଡା/ସୁନାବେଡା,୫ା୭(ବାସୁଦେବ ବରାଡ଼/କୃତ୍ତିବାସ): ମା’ଙ୍କ ନାକ କାଟି ବନ୍ଧା ହୋଇଛନ୍ତି ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି ସେମିଳିଗୁଡା ଉପରସାହି ଆମ୍ବେଡକର ନଗରରେ। ଏନେଇ ମା’ ଭାନୁ...

ମୁଖ୍ୟମନ୍ତ୍ରୀଙ୍କୁ ଖରାପ ବ୍ୟବହାର ଦେଖାଇଥିବା ଆଇଆଇସିଙ୍କୁ ବଦଳି

ପାରଳାଖେମୁଣ୍ଡି,୫ା୭(ଗିରିଧାରୀ ପରିଛା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପୂର୍ବରୁ ଥାନାରେ ଖରାପ ବ୍ୟବହାର ପ୍ରଦର୍ଶନ କରିଥିବା କେନ୍ଦୁଝର ଆଇଆଇସି ତ୍ରିନାଥ ସେଠୀଙ୍କୁ ଗଜପତି ଜିଲାକୁ ବଦଳି...

ଗାଁ ଗାଁ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ଏମ୍‌ପି

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ), ନିର୍ବାଚନରେ ବିଜୟ ପରେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ସାଂସଦୀୟ କ୍ଷେତ୍ରର ବିଭିନ୍ନ ପଞ୍ଚାୟତ ବୁଲି ଲୋକଙ୍କ ମୌଳିକ ସମସ୍ୟା ବୁଝୁଛନ୍ତି।...

ପର୍ଯ୍ୟଟକଙ୍କୁ ଧରି ଯାଉଥିବା ମିନି ବସ୍‌ ଓଲଟିଲା

ଭଞ୍ଜନଗର,୫।୭: ଗଞ୍ଜାମ ଜିଲା ସୋରଡ଼ା ଥାନା ଖୁଣ୍ଟେଶ୍ବରୀ ପାହାଡ଼ ଉପରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ପର୍ଯ୍ୟଟକଙ୍କୁ ଧରି ଯାଉଥିବା ଏକ ମିନି ବସ୍‌ ପାହାଡ଼...

ରାଜ୍ୟ ପାଇଁ ଗୌରବ ଆଣିଲେ ଓଡ଼ିଆ ପୁଅ

ପୁରୁଷୋତ୍ତମପୁର,୫।୭(ସିମାଞ୍ଚଳ ମିଶ୍ର) ସର୍ବଭାରତୀୟ ସ୍ତରରେ ୟୁପିଏସ୍‌ସି ଦ୍ବାରା ପରିଚାଳିତ ସିଡିଏସ୍‌(ଇଣ୍ଡିଆନ ମିଲିଟାରୀ ପରୀକ୍ଷା)ରେ ଗଞ୍ଜାମ ଜିଲା ପୁଷୋତ୍ତମପୁର ଏନ୍‌ଏସି ୱାର୍ଡନଂ ୯ ରଥ ସାହିର ସ୍ବନ୍ଦନଦାଶ...

୧ ଲକ୍ଷ ଟଙ୍କାରେ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର

ପାରାଦୀପ,୫ା୭: ଜଗତ୍‌ସିଂହପୁର ଜିଲା ପାରାଦୀପରେ ୩ ଦିନର ନବଜାତ ଶିଶୁପୁତ୍ରଙ୍କୁ ୧ ଲକ୍ଷ ଟଙ୍କାରେ ଜଣେ ଅସହାୟ ମହିଳା ବିକ୍ରିକରି ଦେଇଥିଲେ। ହେଲେ ବିକ୍ରି ହୋଇଥିବା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri