Posted inଜାତୀୟ

ଜୁଲାଇ ୧ରୁ ଆଇପିସି, ସିଆର୍‌ପିସି, ଏଭିଡେନ୍ସ ଆକ୍ଟ ଯୁଗ ହେବ ଶେଷ: କାର୍ଯ୍ୟକାରୀ ହେବ ଏହି ୩ ନୂଆ ଆଇନ୍‌

ନୂଆଦିଲ୍ଲୀ,୩୦ା୬:ସାରା ଦେଶରେ ୩ଟି ନୂଆ ଆପରାଧିକ ଆଇନ ସୋମବାରଠାରୁ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହା ବ୍ରିଟିଶ ଅମଳର ଆଇନର ଅନ୍ତ ଘଟାଇବା ସହ ଭାରତର ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବ। ବ୍ରିଟିଶ ଅମଳରୁ ଚାଲିଆସିଥିବା ଭାରତୀୟ ଦଣ୍ଡ ସଂହିତା(ଆଇପିସି), ଫୌଜଦାରୀ ଅପରାଧ ସଂହିତା (ସିଆର୍‌ପିସି) ଏବଂ ଭାରତୀୟ ସାକ୍ଷ୍ୟ ଆଇନ ସ୍ଥାନରେ ଯଥାକ୍ରମେ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ କାର୍ଯ୍ୟକାରୀ ହେବ। ନୂଆ ଆଇନ ଏକ ଆଧୁନିକ ନ୍ୟାୟିକ ବ୍ୟବସ୍ଥା ଆଣିବ, ଯେଉଁଥିରେ ଜିରୋ ଏଫ୍‌ଆଇଆର୍‌ ଅର୍ଥାତ୍‌ ଯେକୌଣସି ଥାନାରେ ଏତଲା ଦାଏର କରାଯାଇପାରିବ। ଏପରିକି ଅନ୍‌ଲାଇନରେ ପୋଲିସରେ ଅଭିଯୋଗ ଦାଏର କରାଯିବା ସହ ଏସ୍‌ଏମ୍‌ଏସ୍‌ ଭଳି ଅନ୍‌ଲାଇନ ମୋଡ୍‌ରେ ସମନ ଜାରି କରାଯିବ। ସମସ୍ତ ଜଘନ୍ୟ ଅପରାଧ କ୍ରାଇମ୍‌ ସିନ୍‌ର ଭିଡିଓଗ୍ରାଫିକୁ ବାଧ୍ୟତାମୂଳକ କରାଯିବ। ବର୍ତ୍ତମାନର ସମାଜରେ ପ୍ରଚଳିତ ଥିବା କେତେକ ସାମାଜିକ ବାସ୍ତବତା ଏବଂ ଅପରାଧକୁ ରୋକିବାରେ ଏହା ସହାୟକ ହେବା ସହ ନ୍ୟାୟପାଳିକାକୁ ପ୍ରଭାବୀ କରିବାରେ ଉପଯୁକ୍ତ ବ୍ୟବସ୍ଥା ଯୋଗାଇଦେବ। ଗତବର୍ଷ ଡିସେମ୍ବର ୨୧ରେ ୩ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହେବା ପରେ ଡିସେମ୍ବର ୨୬ରେ ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ ଆଇନରେ ପରିଣତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ...

ତିରୁପତି ଲଡ଼ୁ ବିବାଦ: ସୁପ୍ରିମକୋର୍ଟରେ ମାମଲା

ନୂଆଦିଲ୍ଲୀ,୨୦ା୯: ତିରୁପତି ଲଡ଼ୁ ବିବାଦ ଶୁକ୍ରବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ପାଇଁ ଜଣେ ଆଇନଜୀବୀ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି।...

ମାଓବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ଶାହାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୦ା୯: ମାଓବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ତ୍ୟାଗକରି ଆତ୍ମସମର୍ପଣ କରିବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ଅପିଲ୍‌ କରିଛନ୍ତି। ସେମାନେ ଯଦି ହିଂସାତ୍ମକ ପନ୍ଥା...

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri