Posted inଜାତୀୟ

ନୂଆଦିଲ୍ଲୀ-ଦରଭଙ୍ଗା ଏକ୍ସପ୍ରେସ୍‌ରେ ନିଆଁ ଲାଗିବା ଘଟଣା: ପୋଡ଼ି ପାଉଁଶ ହେଲା ବଗି, ଟ୍ରେନ୍‌ରୁ ଡେଇଁ ଜୀବନ ବଞ୍ଚାଇଲେ ଲୋକେ

ଲକ୍ଷ୍ନୌ,୧୫।୧୧: ନୂଆଦିଲ୍ଲୀ-ଦରଭଙ୍ଗା(୦୨୫୭୦) ଏକ୍ସପ୍ରେସରେ ନିଆଁ ଲାଗି ବଗି ଗୁଡ଼ିକ ଜଳି ପାଉଁଶ ହୋଇଯାଇଛି। ଟ୍ରେନ୍‌ରେ କ୍ଷମତାଠାରୁ ଅଧିକ ଯାତ୍ରୀ ଥିବା ବେଳେ ସମସ୍ତେ ଟ୍ରେନ୍‌ରୁ ଡେଇଁ ଜୀବନ ବଞ୍ଚାଇଛନ୍ତି। ଏଯାବତ ଏହି ଭୟଙ୍କର ଦୁର୍ଘଟଣାରେ ଜନଜୀବନ କ୍ଷୟକ୍ଷତି ହେବାର ଖବର ମିଳିନାହିଁ। ତେବେ ଘଟଣାସ୍ଥଳରୁ ଆସିଥିବା ଫଟୋରେ ଏହାର ଭୟାବହତା ସ୍ପଷ୍ଟ ବାରି ହୋଇ ପଡ଼ୁଛି।

ସିପିଆର୍‌ଓ ମୁତାବକ, ଇଟାଓ୍ବା ପୂର୍ବରୁ ସରାୟ ଭୂପତ ଷ୍ଟେଶନ ଦେଇ ଏକ୍ସପ୍ରେସଟି ଯାଉଥିବା ବେଳେ ଷ୍ଟେଶନ ମାଷ୍ଟର ସ୍ଲିପର କୋଚ୍‌ରୁ ଧୂଆଁ ବାହାରୁଥିବା ଦେଖିବାକୁ ପାଇଥିଲେ। ସେ ଏନେଇ ଟ୍ରେନ୍‌ ଡ୍ରାଇଭର ଏବଂ ଗାର୍ଡକୁ ସୂଚନା ଦେଇ ଏକ୍ସପ୍ରେସକୁ ରୋକିଥିଲେ ଏବଂ ପାଓ୍ବାର ଅଫ୍‌ କରାଯାଇଥିଲା। ଏହାପରେ ସ୍ଲିପର କୋଚ୍‌ରେ ଥିବା ଯାତ୍ରୀଙ୍କୁ ଓହ୍ଲାଇ ଦିଆଯାଇଥିଲା। ପରେ ଦମକଳବାହିନୀ ଆସି ନିଆଁ ଉପରେ ଆୟତ୍ତ କରିଥିଲେ। ଫଳରେ ଜୀବନହାନୀ ହୋଇ ନ ଥିଲା।

ତେବେ ସମସ୍ତିପୁରରେ ଭାଗଲପୁରରୁ ଜୟନଗର ଯାଉଥିବା ଇଣ୍ଟରସିଟି ଏକ୍ସପ୍ରେସରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା। ଏଥିରେ ଜଣେ ମହିଳା ଯାତ୍ରୀଙ୍କ ସହ କିଛି ଅନ୍ୟ ଯାତ୍ରୀ ଆହତ ହୋଇଥିଲେ। ଏହି ମାମଲାରେ ଆର୍‌ପିଏଫ୍‌ର ଟିମ୍‌ ଜଣେ ସନ୍ଦିଗ୍ଧଙ୍କୁ ଅଟକ ରଖି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜୀକୃତ ଡାକ୍ତର ତାଲିକାରୁ ବାଦ୍‌ ପଡିଲେ ସନ୍ଦୀପ୍‌ ଘୋଷ

କୋଲକାତା,୧୯ା୯: ପଶ୍ଚିମବଙ୍ଗ ମେଡିକାଲ କାଉନ୍‌ସିଲ (ଡବ୍ଲ୍ୟୁବିଏମ୍‌ସି) ଗୁରୁବାର ଆର୍‌.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କ ପଞ୍ଜୀକରଣକୁ ବାତିଲ କରିଦେଇଛି। ପଞ୍ଜୀକୃତ ଡାକ୍ତର...

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା...

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରାସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାରର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରାସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା...

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ...

କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri