ବଡ଼ ଘୋଷଣା: ସବୁ ଜରୁରୀ ସହାୟତା ପାଇଁ ଏଣିକି ଡାଏଲ କରିବେ ‘୧୧୨’

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଜନସାଧାରଣଙ୍କ ସୁବିଧା ତଥା ତ୍ୱରିତ ସେବା ଯୋଗାଣକୁ ଦୃଷ୍ଟିରେ ରଖି ସରକାରଙ୍କ ତରଫରୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ବିଭିନ୍ନ ସହାୟତା ନମ୍ବର ଯଥା ୧୦୦, ୧୦୧, ୧୦୨, ୧୦୪, ୧୦୮, ୧୮୧ ଓ ୧୦୯୮ ଏସବୁକୁ ଏକୀଭୂତ କରି ଗୋଟିଏ ନମ୍ବର ୧୧୨ରେ ପରିଣତ କରାଯାଇଛି। ପୋଲିସ ଆମ୍ବୁଲାନ୍ସ, ଦମକଳ ତଥା ମହିଳା ହେଲ୍ପ ଲାଇନ ଭଳି ବିଭିନ୍ନ ଜରୁରୀ ସେବା ପାଇଁ ଏଣିକି ଭିନ୍ନ ଭନ୍ନ ନମ୍ବରକୁ ଡାଏଲ କରିବାକୁ ପଡିବ ନାହିଁ । ପୋଲିସ ପକ୍ଷରୁ ଜନସାଧାରଣଙ୍କୁ ଯୋଗାଇ ଦିଆଯାଉଥିବା ବିଭିନ୍ନ ଜରୁରୀ ସହାୟତା ଗୋଟିଏ ନମ୍ବର ୧୧୨ରେ ଉପଲବ୍ଧ ହେବା ଦ୍ବାରା ଜନସାଧାରଣଙ୍କୁ ଅଧିକ ଦକ୍ଷତାର ସହ ଉତ୍ତମ ସେବା ଯୋଗାଇ ଦେବାରେ ପୋଲିସ ସଫଳ ହେବ ଏବଂ ବ୍ୟବସ୍ଥା ପ୍ରତି ଲୋକଙ୍କ ଆସ୍ଥା ଅଧିକ ମଜବୁତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। ଏଥିସହ ୧୧୨ ଜରିଆରେ ସାଧାରଣ ଲୋକଙ୍କୁ ଦକ୍ଷତାର ସେବା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସ ବିଭାଗର ୧୦୯୮ଟି ବିଭିନ୍ନ ପଦବୀ ସୃଷ୍ଟିକୁ ମଧ୍ୟ ଅନୁମୋଦନ କରିଛି। ଏହି ସେବା ପାଇଁ ୪ଜଣ ଡିଏସ୍‌ପି, ୧୫୧ ସବଇନ୍ସପେକ୍ଟର, ୨୦୩ ସହକାରୀ ସବ ଇନ୍ସପେକ୍ଟର ଏବଂ ୭୪୦ ଜଣ କନେଷ୍ଟବଳ ନିୟୋଜିତ ହେବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ...

ଆମେରିକାରେ ଅଚ୍ୟୁତ ସାମନ୍ତଙ୍କ ନାମରେ ଖୋଲିବ ଗବେଷଣା କେନ୍ଦ୍ର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଆମେରିକାର ସରକାରୀ ବିଶ୍ୱବିଦ୍ୟାଳୟ ସିଟି ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କ(କ୍ୟୁନି)ରେ ଶିକ୍ଷାବିତ୍‌, ସାମାଜିକ କର୍ମୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନାମରେ...

‘ଶାରଳା ପୁରସ୍କାର’ ଘୋଷଣା: ଚଳିତବର୍ଷ ଏହି ମହିଳାଙ୍କୁ ମିଳିବ ପୁରସ୍କାର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଚଳିତବର୍ଷ ବିଶିଷ୍ଟ ଲେଖିକା ସରୋଜିନୀ ସାହୁ ପାଇବେ ୪୫ତମ ‘ଶାରଳା ପୁରସ୍କାର’। ୨୦୧୯ରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଅସ୍ଥିର ପାଦ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri