Advertisement

ପୋଲସରାରେ ଖୋଲିବ ସରକାରୀ ଆଇଟିଆଇ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଗଞ୍ଜାମ ଜିଲା ପୋଲସରାରେ ସରକାରୀ ଆଇଟିଆଇ ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହା ଫଳରେ ଗଞ୍ଜାମ ଜିଲାରେ ସରକାରୀ ଆଇଟିଆଇ ସଂଖ୍ୟା ୬ରେ ପହଞ୍ଚିଛି । ପୂର୍ବରୁ ଛତ୍ରପୁର, ପୁରୁଷୋତ୍ତମପୁର, ବ୍ରହ୍ମପୁର, ଶେରଗଡ ଓ ହିଞ୍ଜିଳିକାଟୁରେ ଗୋଟିଏ ଲେଖାଏ ସରକାରୀ ଆଇଟିଆଇ କାର୍ଯ୍ୟ କରୁଛି। ପୋଲସରାରେ ସରକାରୀ ଆଇଟିଆଇ ଖୋଲିବା ଦ୍ବାରା ସେ ଅଞ୍ଚଳର ଜନସାଧାରଣ ବହୁ ଦିନର ଦାବି ପୂରଣ ହୋଇପାରଛି ବୋଲି କୁହାଯାଉଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share