ନୂଆଦିଲ୍ଲୀ, ୨୩।୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ ଉପସ୍ଥାପନ କରୁଛନ୍ତି । ବଜେଟ ସମୟରେ ସେ ଆୟକର ସ୍ଲାବ୍ରେଟ୍ରେ ପରିବର୍ତ୍ତନ କରିଛନ୍ତି । ପୂର୍ବରୁ ଥିବା ୩ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ଛାଡ଼ ଅପରିବର୍ତ୍ତିତ ରହିଛି । ଅର୍ଥାତ ୩ ଲକ୍ଷ ପର୍ଯ୍ୟନ୍ତ ଆୟକର ଦେବାକୁ ପଡ଼ିବ ନାହିଁ । ତେବେ ଅର୍ଥମନ୍ତ୍ରୀଙ୍କ ଘୋଷଣା ଅନୁସାରେ…
୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟ୍ୟାକ୍ସ ଛାଡ଼
୩ ଲକ୍ଷରୁ ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ହାର ୫%
୭ ଲକ୍ଷରୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ହାର ୧୦%
୧୦ଲକ୍ଷରୁ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ହାର ୧୫%
୧୨ ଲକ୍ଷରୁ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ହାର ୨୦%
୧୫ ଲକ୍ଷରୁ ଅଧିକ ଆୟ ଉପରେ ଟ୍ୟାକ୍ସ ହାର ୩୦% ରହିଛି ।