ବଦଳିଲେ ଟୁଇନ ସିଟି କମିଶନର , ନୂତନ କମିଶନର ଭାବେ ଦାୟିତ୍ୱ ନେଲେ ସୁରେଶ ଦେବଦତ୍ତ ସିଂ

ଭୁବନେଶ୍ୱର,୩୦।୯: ପାର୍ବଣ ପୂର୍ବରୁ ବଦଳିଲେ ଟୁଇନ ସିଟି କମିଶନର । ୧୯୯୮ ବ୍ୟାଚ ବରିଷ୍ଠ ଆଇପିଏସ ସୁରେଶ ଦେବଦତ୍ତ ସିଂ ନୂତନ କମିଶନର ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଗାର୍ଡ ଅଫ ଅନର ପ୍ରଦାନ ପରେ ପୂର୍ବତନ କମିଶନର ସଞ୍ଜୀବ ପଣ୍ଡା ତାଙ୍କ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି।

ଦାୟିତ୍ୱ ଗ୍ରହଣ ପରେ ଗଣମାଧ୍ୟମ ସମ୍ମୁଖରେ ପ୍ରତିକ୍ରିୟା ରଖି ଦେବଦତ୍ତ ସିଂ କହିଛନ୍ତି, ପୋଲିସ ଏକ ସାଙ୍ଗେ କଠୋର ଓ ନରମ ଆଭିମୁଖ୍ୟ ଗ୍ରହଣ କରିବ । ଅପରାଧୀଙ୍କ ପ୍ରତି କଠୋର ଓ ଲୋକଙ୍କ ପ୍ରତି ନରମ ମନୋଭାବ ପୋଷଣ କରିବ । ଥାନାକୁ ଆସୁଥିବା ଲୋକଙ୍କ ପ୍ରତି ପୋଲିସ ସମ୍ବେଦନଶୀଳ ରହିବ । ଆଇନ ପରିସରରେ ରହି ଯଥାସମ୍ଭବ ନ୍ୟାୟ ଦିଆଯିବ । ପୂର୍ବରୁ ଏଡିଜି ଅପରେସନ ରହି ସାରିଥିବା ସୁରେଶ ଦେବଦତ୍ତ ସିଂହଙ୍କର ଦୀର୍ଘ ବର୍ଷର ଅଭିଜ୍ଞତା ରହିଛି।

 

Share