୪୫ ଦିନରେ ନ୍ୟୁ ରାଜସ୍ଥାନ କଟନ୍‌ ଫାବ୍‌

ଭୁବନେଶ୍ୱର,୧୫ା୭: ସନ୍ଧ୍ୟା ହେଲେ ସ୍ମାର୍ଟସିଟିବାସୀ ଭୁବନେଶ୍ୱରର ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ‘ନ୍ୟୁ ରାଜସ୍ଥାନ କଟନ୍‌ ଫାବ୍‌-୨୦୨୪ ପ୍ରଦର୍ଶନୀ(ମେଳା)’ରେ ଭିଡ଼ ଜମାଉଛନ୍ତି। ଏପରିକି ଏହି ମେଳା ୪୫ ଦିନରେ ପହଞ୍ଚତ୍ଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଜୁନ୍‌ ୧ରୁ ଆରମ୍ଭ ହୋଇଥିବା ଏହି ମେଳା ଚଳିତ ବର୍ଷ ଅଗଷ୍ଟ ୨ୟ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆୟୋଜକଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ଏପରିକି ପ୍ରଦଶର୍ନୀର କାରବାର ବେଶ୍‌ ଉତ୍ସାହଜନକ ରହିଥିବାରୁ ଆୟୋଜକଙ୍କ ପକ୍ଷରୁ ମେଳାର ଅବଧିକୁ ୨୦୨୪ ଅଗଷ୍ଟ ୬ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ସେହିଭଳି ଉଭୟ ବ୍ୟବସାୟୀ ଓ ବୁଣାକାର ସମିତିଗୁଡିକ ପକ୍ଷରୁ ମଧ୍ୟ ଭଳିକି ଭଳି ପୋଷାକ ଓ ବିଭିନ୍ନ ରାଜ୍ୟର ଲୋକପ୍ରିୟ ତଥା ପ୍ରସିଦ୍ଧ ବସ୍ତ୍ରଗୁଡିକର ବ୍ୟାପକ ସମ୍ଭାର ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି ବୋଲି ଆୟୋଜକ ଓ ବ୍ୟବସାୟୀମାନେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।

ଅପରପକ୍ଷରେ ସୁଲଭ ମୂଲ୍ୟରେ ମନପସନ୍ଦର ପୋଷାକ ଆଦି ସାଙ୍ଗକୁ ଘର ସାଜସଜ୍ଜା ପାଇଁ ପାଇଁ ବିଭିନ୍ନ ବର୍ଗର ସାମଗ୍ରୀ ମେଳାରେ ମିଳୁଥିଲାବେଳେ ଗୁଣାତ୍ମକ ହ୍ୟାଣ୍ଡଲୁମ ପୋଷାକ ଓ ବୟନିକା ଷ୍ଟଲ ପକ୍ଷରୁ ମଧ୍ୟ ଆକର୍ଷଣୀୟ ୧୦+୨୦%ର ରିହାତି ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି।

ଉଲ୍ଲେଖଯୋଗ୍ୟ, ହରିୟାଣାର କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ଆୟୋଜିତ ‘ନ୍ୟୁ ରାଜସ୍ଥାନ କଟନ୍‌ ଫାବ୍‌-୨୦୨୪ ପ୍ରଦର୍ଶନୀ(ମେଳା)’ରେ ଓଡ଼ିଶାର ବୟନିକା ସମେତ ପଞ୍ଜାବ, ହରିୟାଣା, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ, ରାଜସ୍ଥାନ, ଗୁଜରାଟ, ମଧ୍ୟପ୍ରଦେଶ, ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ନାଟକ, ତେଲଙ୍ଗାନା, ଆସାମ, ପୁଡୁଚେରୀ ଏବଂ ଜମ୍ମୁକାଶ୍ମୀର ଭଳି ରାଜ୍ୟର ହ୍ୟାଣ୍ଡଲୁମ ଆଣ୍ଡ ହାଣ୍ଡିକ୍ରାଫ ବ୍ୟବସାୟୀମାନେ ମୋଟ ୬୦ଟି ଷ୍ଟଲ ଜରିଆରେ ସେମାନଙ୍କର ଉତ୍ପାଦ ପ୍ରଦର୍ଶନ ଓ ବିକ୍ରି କରୁଥିବା କାମଧେନୁ ଖଦି ଉଲ୍‌ ପାନିପଥର ସମ୍ପାଦକ ରାଜେନ୍ଦ୍ର ଚୌଧୁରୀ ବିସ୍ତୃତ ଭାବେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri