ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ‘ଯଶୋଦା’

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟ୍‌ରେ ଅନାଥ ଶିଶୁଙ୍କ ପାଇଁ ନୂଆ ଯୋଜନା ‘ଯଶୋଦା’ ଅଣାଯାଇଛି। ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇବାକୁ ଏହି ଯୋଜନା କରାଯାଇଛି। ଯଶୋଦା ଯୋଜନା ପାଇଁ ବଜେଟରେ ୮୩ କୋଟିର ବ୍ୟବସ୍ଥା କରାଯାଇଛି।

Share