ଥମିବାର ନାଁ ନେଉନି: ଭୁବନେଶ୍ୱରରୁ ଆଉ ୧୦୭୬ କରୋନା ପଜିଟିଭ୍‌ ଚିହ୍ନଟ; କେବଳ ୯୨୮ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜଧାନୀରେ ଥମିବାର ନାଁ ନେଉନାହିଁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆଉ ୧୦୭୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪୮ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୯୨୮ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତ ସଂଖ୍ୟା ୬୭,୯୫୬କୁ ବୃଦ୍ଧି ପାଇଛି। ସେଥିରୁ ୫୪,୮୬୯ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨,୭୫୬ ଆକ୍ଟିଭ୍‌ କେସ୍‌ ରହିଥିବା ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

Share