ଆଜିଠୁ ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ, ଶପଥ ନେଲେ ନବନିର୍ବାଚିତ ବିଧାୟକ

ଭୁବନେଶ୍ୱର,୧୮।୬: ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କୁ ଶପଥ ପାଠ କରାଇଛନ୍ତି ଅସ୍ଥାୟୀ ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ।

ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବିଧାୟକ ଭାବେ ଶପଥ ନେବା ପରେ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଏବଂ ପ୍ରଭାତୀ ପରିଡା ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ସେହିପରି ବିଧାୟକ ଭାବେ ରବି ନାୟକ, ସୂର୍ଯ୍ୟବଂଶୀ ସୂରଜ, ସୁରେଶ ପୂଜାରୀ, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ ବି ଶପଥ ନେଇଛନ୍ତି। ପ୍ରଥମ ଥର ପାଇଁ ବିଧାୟକ ହୋଇଥିବା ନେତାମାନେ ବିଧାନସଭାକୁ ମୁଣ୍ଡିଆ ମରି ପ୍ରବେଶ କରୁଥିବା ଦେଖିବାକୁ ମିଳିଥିଲା।

Share