ଦୁର୍ଘଟଣାରେ ଖବରକାଗଜ ବିତରକଙ୍କ ମୃତ୍ୟୁ ଘଟଣା:ଥାନା ଆଗରେ ମୃତଦେହ ରଖି ଧାରଣା

ବରଗଡ଼,୫।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ମିରଗିନ ଟିକ୍ରା ହନୁମାନ ମନ୍ଦିର ନିକଟରେ ଟ୍ରାକ୍ଟର ଧକ୍କାରେ ଆହତ ହୋଇଥିବା ଖବରକାଗଜ ବିତରକ ଶୁକ୍ରୁ ଭୁଏ(୩୮)ଙ୍କ ମଙ୍ଗଳବାର ସକାଳ ୯ଟାରେ ଭୀମସାର୍‌, ବୁର୍ଲା ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତ ଖବରକାଗଜ ବିତରକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ସହିତ ସମ୍ପୃକ୍ତ ଟ୍ରାକ୍ଟର ମାଲିକ ଏବଂ ଡ୍ରାଇଭରଙ୍କୁ ଗିରଫ ଦାବିରେ ସ୍ଥାନୀୟ ଲୋକେ ଅପରାହ୍ନ ୩ଟାରୁ ଭେଡ଼େନ ଥାନା ଆଗରେ ମୃତଦେହ ରଖି ଧାରଣା ଦେଇଛନ୍ତି। ଧାରଣାରେ ପରିବାର ଲୋକେ ସାମିଲ ହୋଇଥିବାବେଳେ ଖବର ଲେଖାହେବା ସୁଦ୍ଧା (ରାତି ୭ଟା ୩୦) ଧାରଣା ଜାରି ରହିଛି।
ସୂଚନା ଅନୁଯାୟୀ, ଗତବର୍ଷ ନଭେମ୍ବର ମାସ ୪ତାରିଖରେ ଶୁକ୍ରୁ ଏବଂ ଭେଜିପାଲି ଗ୍ରାମର ହରିଚନ୍ଦ୍ର ବାରିକ(୩୫) ଏକ ବାଇକ୍‌ରେ ଯାଉଥିବାବେଳେ ମିରଗିନଟିକ୍ରା ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଉଭୟେ ଗୁରୁତର ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ବରଗଡ଼ର ଏକ ଘରୋଇ ଡାକ୍ତରଖାନାକୁ ଅଣାଯାଇଥିଲା। କିଛିଦିନର ଚିକିତ୍ସା ପରେ ହରିଚନ୍ଦ୍ର ଆରୋଗ୍ୟ ହୋଇ ଘରକୁ ଫେରିଥିଲେ। ଅନ୍ୟପଟେ ଶୁକ୍ରୁଙ୍କ ଅବସ୍ଥା ଗୁରୁତର ରହିଥିଲା। ଘରୋଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ଅର୍ଥ ବାଧକ ହେବାରୁ ସେତେବେଳେ ତାଙ୍କୁ ଭୀମସାର୍‌, ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ମୃତ ଶୁକ୍ରୁଙ୍କ ପରିବାର ଲୋକେ ଗରିବ ହୋଇଥିବା ଯୋଗୁ ବିଭିନ୍ନ ସଙ୍ଗଠନ ଏବଂ ବଦାନ୍ୟ ଲୋକେ ତାଙ୍କ ଚିକିତ୍ସାରେ ସହାୟତା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନୁଷ୍ୟ ଚନ୍ଦ୍ରପୃଷ୍ଠରେ କାହିଁକି ହୋଇଯାଏ ମୁକ-କାଲ? ଜାଣନ୍ତୁ ଏହା ପଛର ବିଜ୍ଞାନ…

‘ଚନ୍ଦ୍ର’ ହେଉଛି ଗୋଟିଏ ମାତ୍ର ଉପଗ୍ରହ ଯାହା ଉପରେ ମନୁଷ୍ୟ ପାଦ ରଖିଛି। ହେଲେ ଅନେକ ସମୟରେ ପ୍ରଶ୍ନ ଉଠେ ଯେ କାହିଁକି ଚନ୍ଦ୍ରପୃଷ୍ଠରେ ଲୋକେ...

ଶୀର୍ଷରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ନଂ. ୩କୁ ଖସିଲେ ମିଷ୍ଟ୍ରୀ ସ୍ପିନର ଚକ୍ରବର୍ତ୍ତୀ

ଦୁବାଇ,୨ା୪: ଭାରତର ମିଷ୍ଟ୍ରୀ ସ୍ପିନର ବରୁନ ଚକ୍ରବର୍ତ୍ତୀ ଆଇସିସି ପୁରୁଷ ଟି୨୦ ବୋଲିଂ ର଼୍ୟାଙ୍କିଙ୍ଗ୍ସରେ ଗୋଟିଏ ସ୍ଥାନ ତଳକୁ ଖସି ୩ୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ...

ଗୁଜରାଟରେ ବାୟୁସେନା ଲଢୁଆ ବିମାନ ଦୁର୍ଘଟଣଗ୍ରସ୍ଥ, ସମଗ୍ର ଅଞ୍ଚଳରେ ଖେଳିଗଲା ନିଆଁ

ଜାମନଗର,୨।୪: ଗୁଜରାଟ ଜାମନଗରରେ ବାୟୁସେନା ଲଢୁଆ ବିମାନ ଜାଗୁଆର ଦୁର୍ଘଟଣଗ୍ରସ୍ଥ ହୋଇଛି। ରକ୍ଷା ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଦୁର୍ଘଟଣା ସୁବରଡ଼ା ଗାଁ’ରେ...

ସିଏଜିଙ୍କ ହାତରେ ଖଣି ଦୁର୍ନୀତି: ସରକାରଙ୍କ ବିପୁଳ ପରିମାଣର ରାଜସ୍ବ ହାନି

ଭୁବନେଶ୍ୱର,୨ା୪(ରବିନାରାୟଣ ଜେନା): ରାଜ୍ୟରେ ଗତ ୨୨ ବର୍ଷରେ ଖଣିଜ ଅଞ୍ଚଳରେ ଲିଜ୍‌ଧାରୀମାନେ କିଭଳି ମନଇଚ୍ଛା ଖଣିଜ ପଦାର୍ଥ ଉତ୍ତୋଳନ କରିଛନ୍ତି ତା’ର ଦସ୍ତାବିଜ୍‌ ରାଜ୍ୟ ମହାଲେଖାକାରଙ୍କ...

Breaking: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଆଖି ବୁଜିଲେ ପତ୍ନୀ

ମୁମ୍ବାଇ: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିଛି। ତାଙ୍କ ପତ୍ନୀ ରେଶମ କୌରଙ୍କ ଦେହାନ୍ତ ହୋଇଯାଇଛି। ସେ ବହୁତ ଦିନ ଧରି...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ଭୁବନେଶ୍ୱର,୨।୪: ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ଦାବି ଏବଂ ଗ୍ରହଣ କରୁଥିବା ସମୟରେ ଓଡ଼ିଶା ଭିଜିଲାନ୍ସ...

ଲାଞ୍ଜିଗଡ଼ରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ

ଲାଞ୍ଜିଗଡ, ୨ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁରସ୍ଥିତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ବୁଧବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ...

Japan Earthquake: ଭୂକମ୍ପ ଝଟ୍‌କାରେ ପୁଣି ଥରିଲା ଜାପାନ, ୬.୦ ତୀବ୍ରତା ଯୋଗୁ ଲୋକେ ଆତଙ୍କିତ

ଟୋକିଓ,୨।୪: ମଙ୍ଗଳବାର ରାତିରେ ଜାପାନର କ୍ୟୁଶୁ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍‌ ସିସମୋଲୋଜି (NCS) ଅନୁଯାୟୀ, ରିକ୍ଟର ସ୍କେଲରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image