ଆସନ୍ତା ସୋମବାର ପୁଣି ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ସକାଳ ୮ରୁ ପଞ୍ଜୀକରଣ

ଭୁବନେଶ୍ୱର,୧୨।୭(ଅସମାପିକା ସାହୁ) – ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆସନ୍ତା ୧୫ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସେହିଦିନ ପୂର୍ବାହ୍ନ ୧୧ଟାରୁ ଶୁଣାଣି ହେବ। ଏଥିପାଇଁ ସକାଳ ୮ ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ ପଞ୍ଜୀକରଣ ହେବ। ଏଥିନିମନ୍ତେ ଆଗ୍ରହୀ ଜନସାଧାରଣ ଅଭିଯୋଗ ଶୁଣାଣି ସ୍ଥାନରେ ଯଥା ସମୟରେ ଉପସ୍ଥିତ ରହି ଅଭିଯୋଗ ପଞ୍ଜୀକରଣ କରାଇ ଅଭିଯୋଗଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି।

Share