Posted inଖେଳ

ନାଇଜେରିଆନ ମହିଳା ବକ୍ସର ପ୍ୟାରିସ ଅଲିମ୍ପିକ୍ସରୁ ସସ୍‌ପେଣ୍ଡ

ପ୍ୟାରିସ,୨୮ା୭: ଡୋପ୍‌ ଟେଷ୍ଟରେ ଧରାପଡ଼ି ନାଇଜେରିଆର ସିନ୍ଥିିଆ ଓଗୁନ୍‌ ସେମିଲୋର ଅଲିମ୍ପିକ ମହିଳା ବକ୍ସିଂ ପ୍ରତିଯୋଗିତାରୁ ସସ୍‌ପେଣ୍ଡ ହୋଇଛନ୍ତି।

ଏହି ୨୨ବର୍ଷୀୟା ଆଫ୍ରିକାନ୍‌ ଗେମ୍ସ ଲାଇଟଓ୍ବେଟ୍‌ ଚାମ୍ପିୟନଙ୍କଠାରୁ ଗତ ଗୁରୁବାର ସାମ୍ପଲ ସଂଗ୍ରହ କରାଯାଇଥିବା ଇଣ୍ଟରନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଆଇଟିଏ) କହିଛି। ସିନ୍ଥିିଆଙ୍କଠାରୁ ସଂଗୃହୀତ ସାମ୍ପଲରେ ଡ୍ୟୁରେଟିକ୍‌ ଫ୍ୟୁରୋସେମିଡ୍‌ ନାମକ ଏକ ନିଷିଦ୍ଧ ଦ୍ରବ୍ୟ ଠାବ କରାଯାଇଥିଲା, ଯାହାକି ଶରୀରରେ ଅନ୍ୟ ଡ୍ରଗ୍ସଙ୍କ ଉପସ୍ଥିତିକୁ ଘୋଡ଼ାଇ ରଖିଥାଏ। ସିନ୍ଥିିଆ ତୁରନ୍ତ ସାମୟିକ ସସ୍‌ପେଣ୍ଡ କରାଯାଇଛି। ସେ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିପାରିବେ ନାହିଁ। ସୋମବାର ରାଉଣ୍ଡ ଅଫ୍‌ ୧୬ରେ ଏହି ଚତୁର୍ଥ ସିଡ୍‌ ବକ୍ସର ମହିଳା ୬୦ କିଲୋଗ୍ରାମ (୧୩୨ ପାଉଣ୍ଡ) ଶ୍ରେଣୀ ପ୍ରତିଯୋଗିତାରେ ଭାଗ ନେଇଥାନ୍ତେ।

ସିନ୍ଥିଆ ତାଙ୍କ ଓଜନ ଶ୍ରେଣୀରେ ଗତବର୍ଷ ଆଫ୍ରିକାନ୍‌ ଗେମ୍ସରେ ସ୍ବର୍ଣ୍ଣ ଜିତିଥିଲେ। ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେ ଏକ ବ୍ରୋଞ୍ଜ ପଦକ ଲାଭ କରିଥିଲେ। ଚଳିତ ପ୍ୟାରିସ ଅଲିମ୍ପିକ୍ସରେ ଏହା ହେଉଛି ଦ୍ୱିତୀୟ ଡୋପ୍‌ ପଜିଟିଭ୍‌ ମାମଲା। ପୂର୍ବରୁ ଇରାକର ଜଣେ ଜୁଡୋକା ସାଜାଦ ସେହେନ୍‌ ଡୋପ୍‌ ଟେଷ୍ଟରେ ବିଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri