ବରଗଡ଼ରେ ନାଇଟ୍‌ କର୍ଫ୍ୟୁ

ବରଗଡ଼ ଅଫିସ୍‌,୫।୪: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି । ଗତ ମାର୍ଚ୍ଚ ପହିଲାରୁ ଏପର୍ଯ୍ୟନ୍ତ ଜିଲାରେ ୩୨୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସୋମବାର ରାତି ୧୦ଟାରୁ ବରଗଡ଼ ଜିଲାରେ ନାଇଟ୍‌ କର୍ଫ୍ୟୁ ଲାଗୁ କରାଯାଇଛି। ଏ ନେଇ ବରଗଡ଼ ଉପଜିଲାପାଳଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏନେଇ ଜିଲାରେ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ ହେବ। ଜରୁରୀକାଳୀନ ସେବାକୁ ଏଥିରୁ ବାଦ ଦିଆଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ଏହି ଅବଧିରେ ଗୋଟିଏ ସ୍ଥାନରେ ୫ରୁ ଅଧିକ ଲୋକ ଏକତ୍ରିତ ହୋଇପାରିବେ ନାହିଁ।

Share