ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଅତିରିକ୍ତ ଜିଲାପାଳଙ୍କ ଅଫିସକୁ ପହଞ୍ଚି ଥିଲେ। ସେଠାରେ ସେ ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ରଙ୍କୁ ପ୍ରାର୍ଥୀପତ୍ର ପ୍ରଦାନ କରିଥିଲେ।