ଭୁବନେଶ୍ୱର, ୧୫।୭(ବ୍ୟୁରୋ)-କରୋନା ଆକ୍ରାନ୍ତ ହୋଇଥିବା ନୀଳଗିରି ବିଧାୟକ ସୁକାନ୍ତ ନାୟକ ବୁଧବାର ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଗତ ୬ ତାରିଖରେ ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ବାଲେଶ୍ୱର କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହା ଜଣାପଡିବା ପରେ ଉପଜିଲାପାଳ, ତହସିଲ ଓ ଏନଏସି ଅଫିସରେ ସାନିଟାଇଜ କରାଯାଇଥିଲା। ସେହିପରି ବିଧାୟକଙ୍କ ସଂସ୍ପର୍ଶରେ ଆସିଥିବା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ମଧ୍ୟ ହୋମ କ୍ୱାରେଣ୍ଟାଇନରେ ରହିଥିଲେ। ପରେ ତାଙ୍କର କରୋନା ଟେଷ୍ଟ ହୋଇଥିଲା। ସେଥିରେ ସେ ନେଗେଟିଭ ଆସିଥିଲେ।