ନବମ, ଦଶମ ଶ୍ରେଣୀ ସିଲାବସ୍‌ କମିବ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଚଳିତବର୍ଷ ବି ନବମ,ଦଶମ ଶ୍ରେଣୀର ସିଲାବସ୍‌ କମିବ। ନବମ ଓ ଦଶମ ଶ୍ରେଣୀର ୩୦% ସିଲାବସ ହ୍ରାସ କରାଯିବ। ସିଲାବସ୍‌ ହ୍ରାସ ହେବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସ୍କୁଲ ଖୋଲିବା ନିଷ୍ପତ୍ତି ଏ ଯାଏ ହୋଇନି। ଅନଲାଇନ୍‌ରେ ସ୍କୁଲ ପିଲାଙ୍କୁ ପାଠ ପଢ଼ାଯାଉଛି। ଅନ୍‌ଲାଇନ ପାଠ୍ୟକ୍ରମ ସବୁ ପିଲାଙ୍କ ପାଖରେ ପହଞ୍ଚିବା ସମ୍ଭବ ନୁହେଁ। ତେଣୁ ଚଳିତ ବର୍ଷ ସିଲାବସ୍‌ କମାଇବା ନିଷ୍ପତ୍ତି ହୋଇଛି ବୋଲି ସେ କହିଛନ୍ତି।

Share