Posted inଜାତୀୟ

ମେଣ୍ଟ ବଦଳାଇ ନବମ ପାଳି, ନୀତୀଶଙ୍କ ପଞ୍ଚମ ଶିବିର ପରିବର୍ତ୍ତନ

ନୂଆଦିଲ୍ଲୀ,୨୯।୧: ୧ ଦଶନ୍ଧି ମଧ୍ୟରେ ଏହା ହେଉଛି ନୀତୀଶଙ୍କ ପଞ୍ଚମ ଶିବିର ପରିବର୍ତ୍ତନ। ବାରମ୍ବାର ମେଣ୍ଟ ବଦଳାଉଥିବାରୁ ତାଙ୍କୁ ରାଜନୈତିକ ମହଲରେ ‘ପଲ୍‌ଟୁ ରାମ’ ଓ ‘ପଲଟୁ କୁମାର’ ଭଳି ଆଖ୍ୟା ଦିଆଯାଇଛି। ନୀତୀଶ ୨୦୦୦ ମାର୍ଚ୍ଚରେ ଭାଜପା ସମର୍ଥନରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଥିଲେ।

୨୦୦୫ ନଭେମ୍ବରରେ ଦ୍ୱିତୀୟ ଓ ୨୦୧୦ ନଭେମ୍ବରରେ ତୃତୀୟ ଥର ପାଇଁ ଭାଜପା ସହ ମିଶି ସରକାର ଗଢ଼ିଥିଲେ। ୨୦୧୫ ଫେବୃୟାରୀରେ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ଏବଂ କଂଗ୍ରେସ ସମର୍ଥନରେ ଚତୁର୍ଥ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହି ମହାମେଣ୍ଟ ସମର୍ଥନରେ ନୀତୀଶ ୨୦୧୫ ନଭେମ୍ବରରେ ପଞ୍ଚମ ଥର କ୍ଷମତାସୀନ ହୋଇଥିଲେ।

କିନ୍ତୁ ୨୦୧୭ ଜୁଲାଇରେ ମହାମେଣ୍ଟରୁ ଓହରି ଭାଜପା ସମର୍ଥନରେ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଥିଲେ। ସେହିପିର ୨୦୨୦ ନଭେମ୍ବରରେ ଭାଜପା ସମର୍ଥନରେ ସପ୍ତମ ଥର ମୁଖ୍ୟମନ୍ତ୍ରୀ ହୋଇଥିଲେ। କିନ୍ତୁ ଭାଜପା ମହାରାଷ୍ଟ୍ରରେ ଶିବସେନାର ବିଭାଜନ ଭଳି ବିହାରରେ ଜେଡିୟୁକୁ ଭାଙ୍ଗିଦେବ ବୋଲି ଆଶଙ୍କା କରି ୨୦୨୨ ଅଗଷ୍ଟରେ ସେ ଏନ୍‌ଡିଏ ଛାଡ଼ି ପୁଣି ମହାମେଣ୍ଟକୁ ଫେରିଥିଲେ।

ସେହି ସମୟରେ ସେ ଆର୍‌ଜେଡି-କଂଗ୍ରେସର ସମର୍ଥନରେ ଅଷ୍ଟମ ଥର ଶପଥ ଗ୍ରହଣ କରିଥିଲେ। ନୀତୀଶ ରବିବାର ଭାଜପା ସମର୍ଥନରେ ନବମ ଥର ବିହାର ମୁଖ୍ୟମନ୍ତ୍ରୀ ରୂପେ ଶପଥ ଗ୍ରହଣ କରି ନୂଆ ରେକର୍ଡ ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ହତ୍ୟା ଧମକ ନେଇ ମୁହଁ ଖୋଲିଲେ ପିତା: କ୍ଷମା ମାଗିବା ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୧୯।୧୦: ଅଭିନେତା ସଲମାନ ଖାନଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗରୁ ଆସୁଥିବା ଧମକ ଉପରେ ମୁହଁ ଖୋଲିଛନ୍ତି ପିତା ସଲିମ ଖାନ। ସେ କହିଛନ୍ତି, ସଲମାନ କାହାକୁ...

ତାମିଲନାଡୁ ରାଜ୍ୟ ସଙ୍ଗୀତ ଗାନ ବେଳେ ବିଭ୍ରାଟ: ରାଜ୍ୟପାଳଙ୍କୁ ଦୋଷଦେଲେ ଷ୍ଟାଲିନ୍‌

ଚେନ୍ନାଇ,୧୯ା୧୦:ଚେନ୍ନାଇସ୍ଥିତ ଦୂରଦର୍ଶନ କେନ୍ଦ୍ରର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ବେଳେ କଣ୍ଠଶିଳ୍ପୀମାନେ ତାମିଲନାଡୁର ରାଜ୍ୟ ସଙ୍ଗୀତ ଗାନ ସମୟରେ ଏହାର କେତୋଟି ପଂକ୍ତି ଛାଡ଼ିଦେବାରୁ ବଡ଼...

‘ବୋରଲିନ’ ବ୍ୟବହାର କରୁଛନ୍ତି କି? ହୋଇଯାଆନ୍ତୁ ସାବଧାନ, ବୈଜ୍ଞାନିକ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୮।୧୦: ବୈଜ୍ଞାନିକଙ୍କ ବଡ଼ ଖୁଲାସା! ଆୟୁର୍ବେଦିକ କ୍ରିମ ଭାବରେ ଜଣାଶୁଣା ଓ ପ୍ରତିଟି ଘରେ ବ୍ୟହହୃତ ହେଉଥିବା ବୋରଲିନ ଆଣ୍ଟିସେପ୍ଟିକ କ୍ରିମ ଆୟୁର୍ବେଦିକ କ୍ରିମ୍‌ ନୁହେଁ।...

ରାଜସ୍ଥାନର ଲେଡି ସିଙ୍ଘମ ଆଇପିଏସ୍‌ଜଣଙ୍କ କିଏ? ଯାହାଙ୍କ ସ୍କାନର୍‌ରେ ୨୪ ଘଣ୍ଟା ରହୁଛନ୍ତି ଲରେନ୍ସ ବିଶ୍ନୋଇ…

ନୂଆଦିଲ୍ଲୀ,୧୮।୧୦: ମହାରାଷ୍ଟ୍ରର ମୁମ୍ବାଇର ବାନ୍ଦ୍ରାଠାରେ ଦଶହରା ଦିନ ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ତାଙ୍କ ହତ୍ୟାର ଦାୟିତ୍ୱ ନେଇଛନ୍ତି।...

କଂଗ୍ରେସକୁ ଟାର୍ଗେଟ କଲେ ସଞ୍ଜୟ ରାଉତ, କହିଲେ ଅକ୍ଷମ ନେତା…

ମୁମ୍ବାଇ,୧୮।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ମହା ବିକାଶ ଆଗାଡିରେ ଆସନ ବୁଝାମଣାରେ ସମସ୍ୟା ଉପୁଜୁଛି। ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ଆସନ ବଣ୍ଟା...

ଡିଜେ ସାଉଣ୍ଡ ଶୁଣି ଟଳିପଡିଲେ ନାବାଳକ

ଭୋପାଳ,୧୮।୧୦: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଡିଜେର ଉଚ୍ଚ ସ୍ବର ଯୋଗୁ ଜଣେ ନାବାଳକଙ୍କ ଜୀବନ ଯାଇଛି। ନିକଟରେ ଦଶହରା...

ସଲମାନ କେମିତି କ୍ଷମା ମାଗିଲେ ମାନି ଯିବେ ଲରେନ୍ସ, ଜାଣନ୍ତୁ କ୍ଷମା ମାଗିବାକୁ କ’ଣ ରହିଛି କଡା ନିୟମ

ମୁମ୍ବାଇ,୧୮।୧୦: ରାଜାନେତା ବାବା ସିଦ୍ଦିକୀଙ୍କ ହତ୍ୟା ପରେ ବଲିଉଡ ଅଭିନେତା ସଲମାନ ଖାନଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ତାଙ୍କ ଘର ନିକଟରେ ଆସୁଥିବା ଲୋକଙ୍କ ଉପରେ...

ସତ୍ୟେନ୍ଦ୍ର ଜୈନଙ୍କୁ ମିଳିଲା ବଡ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୮।୧୦: ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଜାମିନ ମିଳିଛି। ମନି ଲଣ୍ଡରିଂ ମାମଲାରେ ତାଙ୍କୁ ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ କହିଛନ୍ତି ଯେ ଏପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri