ଭୁବନେଶ୍ୱର,୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଙ୍ଗଳବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନବୀନ ନିବାସରେ ଭେଟିଛନ୍ତି। ତେବେ ଏହି ସାକ୍ଷାତ ଅବସରରେ କେଣସି ପ୍ରକାରର ରାଜନେତିକ ଆଲୋଚନା ହୋଇନାହିଁ ବୋଲି ନବୀନ ପଟ୍ଟନାୟକ ଗଣମାଧ୍ୟମକୁ କହିଛନ୍ତି।
ମଙ୍ଗଳବାର ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚି ସିଧାସଳଖ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନବୀନ ନିବାସକୁ ଯାଇଥିଲେ। ସେଠାରେ ମଧ୍ୟାହ୍ନ ଭୋଜନ କରିବା ସହ ନବୀନଙ୍କ ସହ ପ୍ରାୟ ଦେଢ ଘଣ୍ଟା ଆଲୋଚନା କରିଥିଲେ।
୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ବିରୋଧୀ ଦଳକୁ ଏକଜୁଟ କରିବା ପାଇଁ ନୀତୀଶ ଉଦ୍ୟମ ଜାରି ରଖିଛନ୍ତି। ନିକଟରେ ନୀତୀଶ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବ, କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭେଟିଥିଲେ।