Posted inଜାତୀୟ

ମୋଦିଙ୍କ ପାଦ ଛୁଇଁଲେ ନୀତୀଶ

ନୂଆଦିଲ୍ଲୀ, ୭।୬: ଶୁକ୍ରବାର ଏନଡିଏ ସଂସଦୀୟ ଦଳର ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜେଡିୟୁ ନେତା ନୀତୀଶ କୁମାର, ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁଙ୍କ ସମେତ ଦଳର ବହୁ ବରିଷ୍ଠ ନେତା ଏବଂ ଏମ୍‌ପି ଯୋଗ ଦେଇଥିଲେ। ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏନଡିଏ ଦଳର ନେତା ଭାବେ ମନୋନୀତ କରାଯାଇଛି। ଏହି ସମୟରେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ନୀତୀଶ କୁମାର ମୋଦିଙ୍କ ପାଦ ଛୁଇଁ ପ୍ରଣାମ କରୁଥିବା ଦୃଶ୍ୟ ଦେଖିବାକୁ ମିଳିଛି।

ନୀତୀଶ ପ୍ରଶଂସା କରି କହିଛନ୍ତି, ନରେନ୍ଦ୍ର ମୋଦି ସମଗ୍ର ଦେଶର ସେବା କରିଛନ୍ତି ଏବଂ ତାଙ୍କର ସମ୍ପୂର୍ଣ୍ଣ ଆତ୍ମବିଶ୍ୱାସ ରହିଛି ଯେ ଯାହା ବାକି ଅଛି, ସେ ଏହାକୁ ପରବର୍ତ୍ତୀ ସମୟରେ ସମ୍ପୂର୍ଣ୍ଣ କରିବେ। ନୀତୀଶ ଆହୁରି କହିଛନ୍ତି, ଆମ ଦଳ ଜନତା ଦଳ (ୟୁନାଇଟେଡ) ପ୍ରଧାନମନ୍ତ୍ରୀ ପଦ ପାଇଁ ନରେନ୍ଦ୍ର ମୋଦି ଜୀଙ୍କୁ ସମର୍ଥନ କରେ। ଏହା ଅତ୍ୟନ୍ତ ଖୁସିର ବିଷୟ ଯେ ସେ ୧୦ ବର୍ଷ ଧରି ପ୍ରଧାନମନ୍ତ୍ରୀ ରହିଛନ୍ତି ଏବଂ ପୁନର୍ବାର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣିଶୁଣି ଯୁବରାଜଙ୍କ କ୍ୟାରିୟର ଖରାପ କରିଥିଲେ କୋହଲି: ସାଂଘାତିକ ଅଭିଯୋଗ ଆଣିଲେ ପୂର୍ବତନ କ୍ରିକେଟର୍‌

ନୂଆଦିଲ୍ଲୀ,୧୦।୧: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଖେଳାଳି ରବିନ ଉଥପ୍ପା ନିକଟରେ ଏକ ବୟାନ ଦେଇଛନ୍ତି, ଯାହା କ୍ରିକେଟ ଜଗତରେ ଏକ ଚାଞ୍ଚଲ୍ୟ ସୃଷ୍ଟି କରିଛି।...

ଏହି ଷ୍ଟକ୍‌ ବ୍ରୋକର୍‌ ନେଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସାକ୍ଷାତକାର, ଜାତୀୟ ରାଜନୀତିରେ ହଇଚଇ!

ନୂଆଦିଲ୍ଲୀ,୧୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୋଡକାଷ୍ଟ ଜଗତରେ ପାଦ ଦେଇଛନ୍ତି। ମୋଦି ସମ୍ପ୍ରତି ଉଦ୍ୟୋଗୀ ନିଖିଲ କାମଥଙ୍କୁ ଏକ ସାକ୍ଷାତକାର ଦେଇଛନ୍ତି। ଏହା ଜେରୋଧାର ସହ-ପ୍ରତିଷ୍ଠାତା...

ଭାରତ ସରକାରଙ୍କ ମୁଣ୍ଡବିନ୍ଧା ବଢାଇଲେ ୟୁନୁସ, ଶେଖ ହାସିନାଙ୍କୁ ନେଇ ଦେଇଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୧:ଶେଖ ହାସିନାଙ୍କୁ ନେଇ ଭାରତ ସରକାର ନିଷ୍ପତ୍ତି ନେବା ପରେ ଆଖି ଦେଖାଇଛନ୍ତି ୟୁନୁସ ସରକାର। ବାଂଲାଦେଶର ମହମ୍ମଦ ୟୁନୁସଙ୍କ ମଧ୍ୟବର୍ତ୍ତୀକାଳୀନ ସରକାର ଶେଖ ହାସିନାଙ୍କ...

କୌଣସି ଜାତିକୁ ଓବିସି ଲିଷ୍ଟରେ କେମିତି ଯୋଡାଯାଏ? ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୧୦।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଏବେ ମାତ୍ର ୨୬ ଦିନ ବାକି ଅଛି। କିନ୍ତୁ ଏହା ପୂର୍ବରୁ ରାଜଧାନୀ ଦିଲ୍ଲୀରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି।...

ଇତିହାସ ହୋଇପାରେ ‘ଇଣ୍ଡିଆ’

୨୦୨୪ ଲୋକ ସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ(ଏନ୍‌ଡିଏ)କୁ କେନ୍ଦ୍ରରେ କ୍ଷମତାଚ୍ୟୁତ କରିବା ପାଇଁ ଏହାର ପ୍ରାୟ ୧୦ ମାସ ପୂର୍ବରୁ ବିରୋଧୀ...

ମହାରାଷ୍ଟ୍ର, ମଧ୍ୟପ୍ରଦେଶ ପରେ ଦିଲ୍ଲୀରେ ଏହି ସ୍କିମ୍‌ ଆଣିପାରେ ଭାଜପା: ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭୋଟରମାନଙ୍କୁ ପ୍ରଲୋଭିତ କରିବା ପାଇଁ ଶାସକ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ଏବଂ ବିରୋଧୀ ଭାଜପା ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଜୋର୍‌ଦାର...

ଗୋଦାମରେ ସଢ଼ୁଛି ୯ ଲକ୍ଷ କୁଇଣ୍ଟାଲ ଖାଦ୍ୟଶସ୍ୟ

ଭୋପାଳ, ୯ା୧: ସରକାରୀ ବ୍ୟବସ୍ଥାରେ ଅବହେଳା ଯୋଗୁ ମଧ୍ୟପ୍ରଦେଶର ଡିଣ୍ଡୋରି ସହରରେ ଥିବା ସରକାରୀ ଗୋଦାମଗୁଡ଼ିକରେ ୯ ଲକ୍ଷ କୁଇଣ୍ଟାଲର ଖାଦ୍ୟଶସ୍ୟ ସଢ଼ି ନଷ୍ଟ ହୋଇଛି।...

ଶମ୍ଭୁ ସୀମାରେ ଚାଷୀଙ୍କ ଆତ୍ମହତ୍ୟା

ପଟିଆଲା,୯।୧:ପଞ୍ଜାବ-ହରିୟାଣାର ଶମ୍ଭୁ ସୀମାରେ ଆନ୍ଦୋଳନରତ ଜଣେ ମଧ୍ୟବୟସ୍କ ଚାଷୀ ଗୁରୁବାର ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ପଟିଆଲ ହସ୍ପିଟାଲ ନିଆଯାଇଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri