ଭୁବନେଶ୍ୱର,୨୨ା୭: ସୋମବାର ବିଧାନସଭା ଆରମ୍ଭ ହୋଇଥିଲା ବେଳେ ରାଜ୍ୟପାଳଙ୍କ ଅଭିଭାଷଣ ଆରମ୍ଭରୁ ଗୃହ ତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଆଉ କଂଗ୍ରେସ। ଏହି ଅବସରରେ ବିରୋଧୀ ଦଳ ନେତା ମୁଖ୍ୟ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି।
ନବୀନ କହିଛନ୍ତି, ”ରାଜ୍ୟରେ ଆଇନଶୃଙ୍ଖଳା ସଂପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇଯାଇଛି। ବର୍ତ୍ତମାନର ରାଜ୍ୟ ସରକାର ରାଜ୍ୟପାଳଙ୍କ ପୁଅ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନାହାନ୍ତି। ଯିଏ କି ସରକାରୀ ଅଧିକାରୀଙ୍କୁ ମାଡ଼ ମାରିଲେ, ଏହା ମତେ ଆଘାତ ଦେଇଛି । ରାଜ୍ୟରେ ଆଇନ ଶୃଙ୍ଖଳା ଭାଙ୍ଗି ଯାଇଛି । ମୁଁ ମୁଖ୍ୟମନ୍ତ୍ରୀ ଥିବା ସମୟରେ ବିଧାୟକ, ମନ୍ତ୍ରୀ କି ସରକାରୀ ଅଧିକାରୀ ଯିଏ ବି ଆଇନ ଭାଙ୍ଗୁଥିଲେ, ମୁଁ କାର୍ଯ୍ୟାନୁଷ୍ଠାନ ନେଉଥିଲି । ରାଜ୍ୟପାଳଙ୍କ ପୁଅ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନ ହୋଇ ଥିବାରୁ, ଆମେ ଗୃହ ପରିତ୍ୟାଗ କଲୁ।”