ବିଜେଡି-ଭାଜପା ମେଣ୍ଟ ହେବନି

ଭୁବନେଶ୍ୱର, ୨୩।୩(ସୁନିତ୍‌ ମିଶ୍ର): ରାଜ୍ୟରେ ଭାଜପା ଏକାକୀ ଲଢ଼ିବ ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ ‘ଏକ୍ସ’ରେ ପୋଷ୍ଟ କରିବା ପରେ ଦଳୀୟ ନେତା ଓ କର୍ମୀ ମହଲରେ ଉତ୍ସାହ ଦେଖିବାକୁ ମିଳିଛି। ବିଭିନ୍ନ ସ୍ଥାନରେ ବାଣ ଫୁଟାଇ, ମିଠା ବାଣ୍ଟି ଉତ୍ସବ ପାଳନ କରାଯାଇଛି। ମନମୋହନଙ୍କ ପୋଷ୍ଟକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନେକେ ରିପୋଷ୍ଟ କରିଛନ୍ତି।
ମନମୋହନ ତାଙ୍କ ପୋଷ୍ଟରେ ଉଲ୍ଲେଖ କରିଛନ୍ତି ଯେ, ଗତ ୧୦ ବର୍ଷ ହେଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ବିଜେଡି ରାଷ୍ଟ୍ରୀୟ ମହତ୍ତ୍ୱ ଥିବା ଅନେକ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରକୁ ସମର୍ଥନ କରିଆସୁଛନ୍ତି। ଏଥିପାଇଁ ତାଙ୍କୁ ଧନ୍ୟବାଦ ଜଣାଉଛୁ। ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ୱରାନ୍ବିତ ହୋଇଛି। ସବୁ କ୍ଷେତ୍ରରେ ସମ୍ପୃକ୍ତ ରାଜ୍ୟଗୁଡିକ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଅନୁଭବ ହେଉଛି। ହେଲେ ବର୍ତ୍ତମାନ ଓଡ଼ିଶାରେ କେନ୍ଦ୍ରର ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳସ୍ତରରେ ପହଞ୍ଚି ପାରୁନାହିଁ। ଯେଉଁ କାରଣରୁ ଓଡ଼ିଶାର ଗରିବ ଲୋକଙ୍କୁ ଏହାର ସୁଫଳ ପାଇପାରୁ ନାହାନ୍ତି। ଓଡ଼ିଶାର ଅସ୍ମିତା, ଗୌରବ ଏବଂ ରାଜ୍ୟବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ସହ ସହମତ ହୋଇପାରୁ ନ ଥିବା ମନମୋହନ କହିଛନ୍ତି। ଆହୁରି ଉଲ୍ଲେଖ କରିଛନ୍ତି ଯେ, ସାଢେ ୪ କୋଟି ଲୋକଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷା ପୂରଣ କରିବା ଲାଗି ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶାରେ ଭାଜପା ଏକାକୀ ଲଢ଼ିବ। ଅନ୍ୟପଟେ ଦଳର ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଓଡିଶାରେ ବହୁ କେନ୍ଦ୍ରୀୟ ଯୋଜନା ଲାଗୁ କରାଯାଇ ନାହିଁ। ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ମହିଳାଙ୍କ ପ୍ରତି ବହୁ ଅତ୍ୟାଚାର ହେଉଛି। ଦଳ ଏହି ସବୁ ପ୍ରସଙ୍ଗକୁ ନେଇ ଲୋକଙ୍କ ପାଖକୁ ଯିବ। ଭାଜପା ରାଜ୍ୟରେ ସରକାର କରିବ ବୋଲି ତୋମାର ଦୃଢ଼ୋକ୍ତି ଦେଖାଇଛନ୍ତି। ହେଲେ ସେ ମେଣ୍ଟ ହେବ ନାହିଁ ବୋଲି ମଧ୍ୟ ତାଙ୍କ ପ୍ରତିକ୍ରିୟାରେ କହିନାହାନ୍ତି।
ଅନ୍ୟପକ୍ଷରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ତାଙ୍କ ପୋଷ୍ଟରେ ଉଲ୍ଲେଖ କରିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ରାଜ୍ୟବାସୀଙ୍କ ଆସ୍ଥା ବଳରେ ବିଜେଡି ରାଜ୍ୟର ସେବା କରିବା ସହ ସବୁ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିଛି। ବିଜେଡି ସମସ୍ତ ୧୪୭ ବିଧାନସଭା ଏବଂ ୨୧ ଲୋକ ସଭା ନିର୍ବାଚନମଣ୍ଡଳୀରେ ପ୍ରତିଦ୍ୱନ୍ଦ୍ୱିତା କରିବା ସହ ରାଜ୍ୟବାସୀଙ୍କ ସମର୍ଥନ ଏବଂ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ୩ ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ। ରାଷ୍ଟ୍ର ଗଠନ ପାଇଁ ସହକାରୀ ସଂଘବାଦ ଓ ରାଷ୍ଟ୍ରନୀତିଜ୍ଞତା ମନୋଭାବ ସହିତ ରାଜ୍ୟବାସୀଙ୍କୁ ସବୁବେଳେ ଆଗଧାଡିରେ ରଖି ସେମାନଙ୍କ କଲ୍ୟାଣ ପାଇଁ ବିଜେଡି ନିଷ୍ପତ୍ତି ନେବ। ନୂତନ ଓ ସଶକ୍ତ ଓଡ଼ିଶା ବିଜେଡିର ଲକ୍ଷ୍ୟ ହେବ। ଲୋକପ୍ରିୟ ନେତା ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଏହାକୁ ହାସଲ କରିବା ଦିଗରେ ଆଗେଇ ଚାଲିଛୁ ବୋଲି ପ୍ରଣବ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri