୩ କି.ମି. ଭାରରେ ବୁହାହୋଇ ହସ୍ପିଟାଲ ଗଲେ ରୋଗୀ

ଦଶମନ୍ତପୁର,୨୯।୭(ଅରବିନ୍ଦ ନାୟକ): ଗ୍ରାମକୁ ଆସିପାରିଲାନି ଆମ୍ବୁଲାନ୍ସ। ୩ କି.ମି. ଭାରରେ ବୁହାହୋଇ ଡାକ୍ତରଖାନା ଗଲେ ରୋଗୀ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ୍‌ ଅନ୍ତର୍ଗତ ଲୁଲ୍ଲା ପଞ୍ଚାୟତର କୁଦାଲଅଟାଲ ଗ୍ରାମରେ।

ଗ୍ରାମର ପଦଲାମ ମୁଦୁଲିଙ୍କ ଝିଅ ଅନିତା (୧୧) କିଛି ଦିନ ହେବ ଜ୍ୱରରେ ପୀଡ଼ିତ ଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଦୁର୍ବଳ ହୋଇପଡିବାରୁ ସୋମବାର ପରିବାର ଲୋକେ ଝିଅକୁ ଡାକ୍ତରଖାନା ନେବାକୁ ବାହାରିଥିଲେ। ମାତ୍ର ଲୁଲ୍ଲାଠାରୁ କୁଦାଲଅଟାଲ ଗ୍ରାମକୁ ରାସ୍ତା ନ ଥିବାରୁ ଗ୍ରାମକୁ ୧୦୮ ଆମ୍ବୁଲାନ୍ସ ଆସି ନ ପାରି ଲୁଲ୍ଲା ଛକରେ ଅପେକ୍ଷା କରିଥିଲା।

ପରିବାର ଲୋକେ ଭାରରେ ଘାଣ୍ଟ୍ରାଗୁଡା ଗ୍ରାମ ଦେଇ ପ୍ରବାହିତ ହେଉଥିବା ବଡ଼ଝୋ ନଦୀ ପାର କରାଇ ଲୁଲ୍ଲା ଛକ ଯାଏ ବୋହି ଆଣି ସେଠାରେ ଅପେକ୍ଷାରତ ଆମ୍ବୁଲାନ୍ସରେ ଦଶମନ୍ତପୁର ଡାକ୍ତରଖାନା ଆଣିଥିଲେ। ଏବେ ଅନିତା ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। କୁଦାଲଅଟାଲ ଗ୍ରାମରେ ୮୦ ପରିବାର ବସବାସ କରନ୍ତି। ଗ୍ରାମକୁ ଲୁଲ୍ଲାଛକରୁ ରାସ୍ତା ନ ଥିବାରୁ ଗ୍ରାମବାସୀ ଦୀର୍ଘ ବର୍ଷ ହେଲା ଦୁର୍ଦ୍ଦଶା ଭୋଗୁଛନ୍ତି। ସବୁବେଳେ ଯେକୌଣସି ରୋଗୀଙ୍କୁ ଏପରି ଭାରରେ ବୋହି ଡାକ୍ତରଖାନା ନେବାକୁ ପଡୁଛି ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି।

ଏନେଇ ଜିଲା ପ୍ରଶାସନଠାରୁ ଆରମ୍ଭ କରି ବିଭିନ୍ନ ସମୟରେ ଜନ ପ୍ରତିନିଧିମାନଙ୍କୁ ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳିନାହିଁ ବୋଲି ସେମାନେ କହିଛନ୍ତି। ବଡ଼ଝୋ ନଦୀରେ ଏକ ପୋଲ ନିର୍ମାଣ କରି ଗ୍ରାମକୁ ପକ୍କା ରାସ୍ତା ନିର୍ମାଣ କରିବାକୁ ଗ୍ରାମର ଚୈତନ୍ୟ ମୁଦୁଲି, ଭିଙ୍ଗୁ ଦିଶାରୀ, ସାରିଆ ମୁଦୁଲିଙ୍କ ସମେତ ଅନ୍ୟମାନେ ଦାବି କରିଛନ୍ତି। ଏହା ନ ହେଲେ ଆଗାମୀ ଦିନରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରୂପ୍‌ସା,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri