Posted inଜାତୀୟ

NEET କାଉନସିଲିଂ ଉପରେ ଲାଗିବନି ରୋକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧।୬: NEET UG ୨୦୨୪ ପରୀକ୍ଷାର ଫଳାଫଳକୁ ନେଇ ବିବାଦ ଜାରି ରହିଛି। ଇତିମଧ୍ୟରେ ସୁପ୍ରିମକୋର୍ଟ ଏହି ମାମଲାରେ ଦାଖଲ ହୋଇଥିବା ଆବେଦନ ଶୁଣାଣି ସମୟରେ ଫଳାଫଳକୁ ଆଧାର କରି କାଉନସେଲିଂ ଉପରେ ପ୍ରତିବନ୍ଧକ ଲଗାଇବାକୁ ମନା କରି ଦେଇଛନ୍ତି।

ଆବେଦନକାରୀ ଯୁକ୍ତି କରିଛନ୍ତି ଯେ ସମଗ୍ର ପ୍ରସଙ୍ଗରେ ସ୍ବଚ୍ଛତା ବଜାୟ ନାହିଁ ଏବଂ ଆମେ ଏ ସମ୍ପର୍କରେ ଉତ୍ତର ଚାହୁଁଛୁ। ଏହା ଉପରେ କୋର୍ଟ କହିଛନ୍ତି ଯେ ଆମେ ଏହାର ଉତ୍ତର ମାଗିବା ପାଇଁ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) କୁ ନୋଟିସ ଜାରି କରିଛୁ ଏବଂ ଉତ୍ତର ପାଇବା ପରେ ଜୁଲାଇ ୮ରେ ମାମଲାର ପରବର୍ତ୍ତୀ ଶୁଣାଣି କରିବୁ।
ସୂଚନାଯୋଗ୍ୟ, ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନରେ NEET ଫଳାଫଳକୁ ବାତିଲ କରାଯିବା ଏବଂ ପୁନର୍ବାର ପରୀକ୍ଷା କରାଯାଉ ବୋଲି ଦାବି କରାଯାଇଛି। ଆହୁରି ମଧ୍ୟ, ଜୁନ ୪ ରେ ଫଳାଫଳ ଉପରେ ଆଧାର କରି କାଉନସେଲିଂ ବନ୍ଦ କରାଯିବା ଉଚିତ୍‌ ବୋଲି କୁହାଯାଇଛି।

ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ଜୁନ ୪ ରେ NEET UG-୨୦୨୪ ପରୀକ୍ଷାର ଫଳାଫଳ ପ୍ରକାଶ କରିଥିଲା ଏବଂ ୬୭ ଜଣ ପରୀକ୍ଷାର୍ଥୀ ଏଥିରେ ଟପ୍ପର ହୋଇଛନ୍ତି। ଏ ବାବଦରେ ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି ଯେ ଫଳାଫଳରେ ବହୁ ପରିମାଣରେ ଅନିୟମିତତା ହୋଇଛି। ଏହା ବ୍ୟତୀତ ଏମାନେ କହିଛନ୍ତି ଯେ ପ୍ରଥମ ୭ ଜଣ ଛାତ୍ର ହରିୟାଣାର ସମାନ କେନ୍ଦ୍ରରୁ ଆସିଛନ୍ତି। କଂଗ୍ରେସ ଏବଂ ଅନ୍ୟ ବିରୋଧୀ ଦଳ ମଧ୍ୟ ଏହି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri