Advertisement

ଏପ୍ରିଲ ମାସରେ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୂଚୀ ପ୍ରକାଶିତ

କେନ୍ଦୁଝର,୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ଏପ୍ରିଲ ମାସ ପାଇଁ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୂଚୀ ପ୍ରକାଶ ପାଇଛି । ସ୍ଥିରୀକୃତ ହୋଇଥିବା କାର୍ଯ୍ୟକ୍ରମର ସୂଚୀ ଅନୁଯାୟୀ ୭ ତାରିଖ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାର ହଲ୍‌, ୧୫ ତାରିଖ ମଙ୍ଗଳବାର ଚମ୍ପୁଆ ପଞ୍ଚାୟତ ସମିତି କାର୍ଯ୍ୟାଳୟ, ୨୧ ତାରିଖ ସୋମବାର ଝୁମ୍ପୁରା ପଞ୍ଚାୟତ ସମିତି କାର୍ଯ୍ୟାଳୟ, ୨୮ ସୋମବାର ସାହାରପଡ଼ା ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଜିଲାପାଳ, କେନ୍ଦୁଝରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel