ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ କଲେ ଓ୍ବାର୍ଡ ସଦସ୍ୟ

କେସିଙ୍ଗା,୩ା୮(ତୁମେଶ୍ୱର ସାହୁ): କଳାହାଣ୍ଡି କେସିଙ୍ଗା ବ୍ଲକ କଶ୍ରୁପଡ଼ା ପଞ୍ଚାୟତର ସରପଞ୍ଚ ମାଳତୀ ଭୋଇଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଓ୍ବାର୍ଡ ସଦସ୍ୟ ବୃନ୍ଦ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି।

ସୂଚନାଯୋଗ୍ୟ କଶ୍ରୁପଡ଼ା ପଞ୍ଚାୟତରେ ୧୨ଟି ଓ୍ବାର୍ଡ ଥିବାବେଳେ ସେଥିମଧ୍ୟରୁ ୯ ଜଣ ଓ୍ବାର୍ଡ ସଭ୍ୟାସଭ୍ୟ ସରପଞ୍ଚ ମାଳତୀଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଗତ କରିଛନ୍ତି। ସରପଞ୍ଚଙ୍କ ସ୍ବାମୀ ପଞ୍ଚାୟତର ସବୁ କାମରେ ହସ୍ତକ୍ଷେପ କାର୍ଯ୍ୟ କରିବା ସହ ମନଇଚ୍ଛା ମନେରଗା କାର୍ଯ୍ୟର ବିଲ୍‌ ପାଇଁ ଶ୍ରମିକଙ୍କଠାରୁ ଟଙ୍କା ଆଦାୟ କରିବା ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗରିବ ହିତାଧିକାରୀଙ୍କଠାରୁ ହଜାର ହଜାର ଟଙ୍କା ଲାଞ୍ଚ ନେଉଥିବା ସହ ମିଥ୍ୟା ବିଲ ପ୍ରସ୍ତୁତ କରୁଛନ୍ତି ଏବଂ ମାସିକିଆ ବୈଠକରେ ସରପଞ୍ଚଙ୍କ ସ୍ବାମୀ ସିଟ୍‌ରେ ବସି ବୈଠକ ପରିଚାଳନା କରିଥାନ୍ତି। ଟିଏଫ୍‌ସି.,ଏସ୍‌ପିସି.ଯୋଜନାରୁ ମନଇଚ୍ଛା ଖର୍ଚ୍ଚ କରି ବିଭିନ୍ନ କାର୍ଯ୍ୟରେ ନିମ୍ନମାନର କାମ କରୁଛନ୍ତ। ଓ୍ବାର୍ଡ ସସଦ୍ୟଙ୍କୁ ସରପଞ୍ଚ ଅଣଦେଖା କରି କୌଣସି କାର୍ଯ୍ୟରେ ନ ପଚାରିବା ଓ ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାମରେ ଦୁର୍ନୀତି ହେଉଥିବାରୁ ପଞ୍ଚାୟତବାସୀଙ୍କ ହିତ ଦୃଷ୍ଟିରୁ ଶ୍ରୀମତୀ ଭୋଇଙ୍କୁ ସରପଞ୍ଚ ପଦରୁ ହଟାଇବା ଜରୁରୀ ହୋଇପଡ଼ିଛି ବୋଲି ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଯଦି ଉକ୍ତ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଗୃହୀତ ଯଥାଶୀଘ୍ର କରାଯିବ ତେବେ ଉକ୍ତ ପଞ୍ଚାୟତରେ ଗରିବ ହିତାଧିକାରୀ ବିଭିନ୍ନ ଯୋଜନାରୁ ଉପକୃତ ହେବା ସହ ଏହି ପଞ୍ଚାୟତ ସୂଚାରୁ ରୂପେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଆଗେଇ ପାରିବ ବୋଲି ଓ୍ବାର୍ଡସଭ୍ୟାସଭ୍ୟ ଜିଲାପାଳଙ୍କୁ ସାକ୍ଷାତ କରି ଅଭିଯୋଗ କରିଛନ୍ତି। ଜିଲାପାଳ ଅଭିଯୋଗ ପାଇବା ପରେ ତୁରନ୍ତ ବିଚାର କରାଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ଲିଜ୍‌ଧାରୀଙ୍କୁ ୭.୩୮ କୋଟି ଜରିମାନା

ଯାଜପୁର,୨୦ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡ଼ରେ ପଥର ଧସି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଲିଜ୍‌ଧାରୀ ନାରାୟଣ ରାଉତଙ୍କୁ...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri