ନାହାନ୍ତି ଡାକ୍ତର, ମିଳୁନି ଚିକିତ୍ସା

ବଇଣ୍ଡା,୧୮ା୧ (ପରିକ୍ଷିତ ସାହୁ)ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏଠାରେ ନିଯୁକ୍ତ ଡାକ୍ତର ଉଚ୍ଚ ଶିକ୍ଷା ପାଇଁ ଯାଇଥିବାବେଳେ ତାଙ୍କ ବଦଳରେ କାହାକୁ ନିଯୁକ୍ତ କରାଯାଇ ନାହିଁ। ଫଳରେ ରୋଗୀସେବା ବ୍ୟାହତ ହେଉଛି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ବହୁବାର ଜିଲା ପ୍ରଶାସନ ଠାରୁ ଆରମ୍ଭ କରି ସ୍ଥାନୀୟ ବିଧାୟକ, ସ୍ବାସ୍ଥ୍ୟମନ୍ତ୍ରୀ, ସମ୍ବଲପୁର ଏମ୍‌ପିଙ୍କୁ ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳୁନାହିଁ। ଫଳରେ ବୁଧବାର ଗ୍ରାମବାସୀ ଅନୁଗୋଳ ଜିଲାପାଳଙ୍କୁ ସମସ୍ୟା ବିଷୟରେ ଜଣାଇଛନ୍ତି।
ଗ୍ରାମବାସୀ ଉଲ୍ଲେଖ କରିଛନ୍ତି, ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନୁନୁକାପଶି, ଗାଁ ବଇଣ୍ଡା, କଣ୍ଟେଇକୋଳିଆ, ଜାମୁନାଳୀ, ଲୁହାମୁଣ୍ଡା, ଆଠମଲ୍ଲିକ ବ୍ଲକର ପେଡିପଥର ପଞ୍ଚାୟତର ୩୫ ହଜାର ଲୋକ ଚିକିତ୍ସା ପାଇଁ ନିର୍ଭରଶୀଳ। ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳର ବହୁ ଗ୍ରାମର ଲୋକେ ଏଠାକୁ ଚିକିତ୍ସା ପାଇଁ ଆସୁଥିଲେ ହେଁ ସେବା ପାଇପାରୁନାହାନ୍ତି। ଜଣେ ଆୟୁଷ ଡାକ୍ତର ନିଯୁକ୍ତ ହୋଇଥିବା ବେଳେ ଏମ୍‌ବିବିଏସ୍‌ ଡାକ୍ତର ପଦବୀ ଖାଲି ପଡିଛି। ବିଶେଷକରି ଗ୍ରାମାଞ୍ଚଳରୁ ଆସୁଥିବା ଆସନ୍ନ ପ୍ରସବାମାନେ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରସବ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି କି ଏଠାରେ ଚିକିତ୍ସା ସେବା ନ ପାଇ ରୋଗୀମାନଙ୍କ ମଧ୍ୟରୁ ଅନେକେ ଘରୋଇ କ୍ଲିନିକକୁ ଯାଇ ଅଧିକ ଖର୍ଚ୍ଚାନ୍ତ ହେଉଥିବା ବେଳେ ଅନ୍ୟମାନେ ୩୫ କିମି ଦୂର କିଶୋରନଗର ନଚେତ ୭୦ କିମି ଦୂର ଅନୁଗୋଳ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଛନ୍ତି। ୫୫ ନମ୍ବର ଜାତୀୟ ରାଜପଥ କଡରେ ଏହି ମେଡିକାଲ ପଡୁଥିବା ବେଳେ ଅନେକ ସମୟରେ ଦୁର୍ଘଟଣାଗ୍ରସ୍ତଙ୍କୁ ଗୁରୁତର ଅବସ୍ଥାରେ ଏଠାକୁ ଅଣାଯାଉଛି। ହେଲେ ଡାକ୍ତର ନ ଥିବାରୁ ତୁରନ୍ତ ସେମାନଙ୍କୁ ରେଫର୍‌ କରିଦିଆଯାଉଛି। ସେହିପରି ଡାକ୍ତରଙ୍କ କ୍ବାର୍ଟର୍ସ ଓ ଅନ୍ୟ କର୍ମଚାରୀଙ୍କ କ୍ୱାର୍ଟର୍ସଗୁଡିକ ଦୀର୍ଘବର୍ଷ ତଳୁ ନିର୍ମାଣ ହୋଇଥିବାରୁ ତାହା ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ରହିବାର ସୁବିଧା ନ ଥିବାରୁ ନିଯୁକ୍ତ ହେଉଥିବା ଡାକ୍ତରମାନେ ଏଠାରେ ନ ରହି ଅନ୍ୟସ୍ଥାନରେ ଭଡ଼ାରେ ରହୁଥିବା ଯୋଗୁ ୨୪ ଘଣ୍ଟିଆ ଚିକିତ୍ସା ସେବା ଲୋକଙ୍କୁ ମିଳିପାରୁ ନାହିଁ। ସ୍ଥାୟୀ ଡାକ୍ତର ନିଯୁକ୍ତ ସହ ବଇଣ୍ଡା ମେଡିକାଲକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ପାଇଁ ୧୦ ଡିସେମ୍ବର ୨୦୨୦, ୫ ମାର୍ଚ୍ଚ ୨୦୨୧, ୨୯ ମେ ୨୦୨୨, ୧୦ ଜାନୁଆରୀ ୨୦୨୩ରେ ରାଜ୍ୟ ସରକାରଙ୍କ ନିକଟରେ ଦାବି କରାଯାଇଥିଲା। ତୁରନ୍ତ ଏଥିପ୍ରତି ରାଜ୍ୟ ସରକାର ଦୃଷ୍ଟି ଦେଇ ଖାଲିପଡିଥିବା ଡାକ୍ତର ପଦବୀ ପୂରଣ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ନ ହେଲେ ଏକ ବଡ଼ଧରଣର ଆନ୍ଦୋଳନ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏ ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ଶିବାନନ୍ଦ ମହାନ୍ତି କହିଛନ୍ତି, ଜିଲାରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନାହାନ୍ତି। ସରକାରଙ୍କୁ ଅବଗତ କରାଯାଇଛି। ନୂଆ ନିଯୁକ୍ତି ଦିଆଗଲେ ବଇଣ୍ଡାରେ ଡାକ୍ତର ପଦବୀ ପୂରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ୫ ବର୍ଷୀୟା ଝିଅଙ୍କ ମୃତ୍ୟୁ ଅଭିଯୋଗ

ଝରିଗାଁ,୨୭।୧୦(କିଶୋର ଚନ୍ଦ୍ର ମଣ୍ତଳ)ନବରଙ୍ଗପୁରରୁ ଭୁବନେଶ୍ୱର ଯାଇ କାମ କରୁଥିବା ଏକ ଦମ୍ପତିଙ୍କ ୫ ବର୍ଷୀୟା ଝିଅ ଶୁକ୍ରବାର ଏକ ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ପ୍ରାଣ...

ଭୁବନେଶ୍ୱରରରେ ଲାଗିବ ଆଇପି କ୍ୟାମେରା

ଭୁବନେଶ୍ୱର,୨୭ା୧୦(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀର ବିଭିନ୍ନ ଆପାର୍ଟମେଣ୍ଟକୁ ଟାର୍ଗେଟ କରି ଲୁଟେରାମାନେ ଲୋକଙ୍କ ଟଙ୍କା ଓ ସୁନା ଗହଣା ନେଇ ଫେରାର ହୋଇଯାଉଛନ୍ତି। ଅତ୍ୟାଧୁନିକ କ୍ୟାମେରା ବ୍ୟବସ୍ଥା ନ...

ବିଜେଡି ବିଧାୟକଙ୍କୁ ଅଣଦେଖା: ଗଣେଶ୍ୱର

କେନ୍ଦ୍ରାପଡ଼ା,୨୭ା୧୦(ଜଗନ୍ନାଥ ଧଳ)ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟକ୍ଷତିର ଆକଳନ ଚାଲିଛି। ଏହି ସମୟରେ ଶାସକ ଓ ବିରୋଧୀ ଦଳର କଳି ଆରମ୍ଭ ହୋଇଛି। ବାତ୍ୟା ପରିଚାଳନାରେ ଶାସକ...

୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମାନବିକତା: ବାତ୍ୟାବେଳେ ଅସୁସ୍ଥ ମହିଳାଙ୍କୁ ବୋହି ଆମ୍ବୁଲାନ୍ସ ଯାଏ ଆଣିଲେ

ରାଜନଗର,୨୭ା୧୦(ଭାସ୍କର ରାଉତରାୟ): ବାତ୍ୟା ‘ଦାନା’ ତାଣ୍ଡବ ଆରମ୍ଭ ହେବା ପୂର୍ବରୁ ରାଜନଗରରେ ବର୍ଷା ଆରମ୍ଭ ହୋଇଯାଇଥିଲା। ଏହି ସମୟରେ ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ...

ଗଣମାଧ୍ୟମରେ ଏଆଇ ବ୍ୟବହାରର ତର୍ଜମା ହେଉ: ଏନ୍‌. ରାମ

ଭୁବନେଶ୍ୱର,୨୭ା୧୦(ଅନିଲ ଦାସ): ମିଡିଆ ସଂସ୍ଥାଗୁଡ଼ିକ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାରର ତର୍ଜମା କରନ୍ତୁ ବୋଲି ‘ଦି ହିନ୍ଦୁ’ର ପୂର୍ବତନ ଏଡିଟର୍‌-ଇନ୍‌-ଚିଫ୍‌ ଏନ୍‌.ରାମ କହିଛନ୍ତି। ଶନିବାର ପ୍ରେସ୍‌...

ବନ୍ୟା ସ୍ଥିତି: ୧୦ ଗାଁ ବିଚ୍ଛିନ୍ନ

ବାଲେଶ୍ୱର(ବାଞ୍ଛାନିଧି ଦେ)/ ନୀଳଗିରି(ପ୍ରଶାନ୍ତ ବିଶ୍ୱାଳ), ୨୭।୧୦: ବାତ୍ୟା ‘ଦାନା’ ପ୍ରଭାବରେ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି। ଉପରମୁଣ୍ଡରେ ହୋଇଥିବା...

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ...

ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri