ବାତ୍ୟା ଭୟ ନାହିଁ: ଆଞ୍ଚଳିକ ପାଣିପାଗ ବିଭାଗ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇ ସାରିଥିବା ବେଳେ ଏହା ପ୍ରଭାବରେ ଉପକୂଳ ଜିଲାରେ ବର୍ଷା ଲାଗିରହିଛି। ମାତ୍ର ଅବପାତ ବାତ୍ୟାରେ ପରିଣତ ହେବାର କୌଣସି ସମ୍ଭାବନା ନାହିଁ ବୋଲି ସ୍ପଷ୍ଟ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।
ସୂଚନାଅନୁଯାୟୀ, ସମୁଦ୍ର କୂଳିଆ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ସମସ୍ତ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

ସମୁଦ୍ରରେ ଏହାର ପ୍ରଭାବ ଅଧିକ ଅନୁଭୂତ ହେବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି। ଓଡ଼ିଶାର ସବୁ ବନ୍ଦରକୁ ୩ ନଂ ସତର୍କ ସଙ୍କେତ ଜାରି କରାଯାଇଛି।

Share