ସୁରେଶ ପୂଜାରୀଙ୍କ ବଡ଼ ସୂଚନା: ଜମି ପଟ୍ଟା ଦେବେ ରାଜ୍ୟ ସରକାର, ପଢନ୍ତୁ କ’ଣ କହିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୧୨।୮: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି,
ଭୂମିହୀନ ଓ ବାସହୀନଙ୍କୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି। ଗ୍ରାମାଞ୍ଚଳରେ ପଟ୍ଟା ନଥିବା ଗରିବଙ୍କୁ ୪ ଡେସିମିଲ ଜମି ଦିଆଯିବ। ସେହିପରି ସରକାରୀ ଜମିରେ ଦୀର୍ଘ ଦିନ ଧରି ରହିଥିବା ହିତାଧିକାରୀ ମାନଙ୍କୁ ମଧ୍ୟ ୪ ଡିସିମିଲ ଲେଖାଏ ଜମି ମିଳିବ। ସହରାଞ୍ଚଳରେ ବସ୍ତି ବାସିନ୍ଦା ଓ ବାସହୀନଙ୍କୁ ଜମି ଯୋଗାଇ ଦିଆଯାଉଛି। ଜଙ୍ଗଲ ଜମିକୁ ମଧ୍ୟ କିସମ ପରିବର୍ତ୍ତନ କରାଯାଉଛି ବୋଲି ସୁରେଶ ପୂଜାରୀ କହିଛନ୍ତି।

ତେବେ ସର୍ଭେ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୫ ବର୍ଷ ପରେ ଓଡ଼ିଶାରେ ଭୂମିହୀନ ଓ ବାସହୀନ କେହିନଥିବେ। ସର୍ଭେ କାମ ଆରମ୍ଭ ହୋଇ ଗଲାଣି। ଆବଣ୍ଟନ ମଧ୍ୟ ଆରମ୍ଭ ହୋଇଗଲାଣି । ଜମି ମିଳିବା ପରେ ବାସଗୃହ, ପାନୀୟ ଜଳ, ସରକାରଙ୍କ ସମସ୍ତ ଜନ କଲ୍ୟାଣକାରୀ ଯୋଜନା ଯୋଗାଇ ଦିଆଯିବ ।

Share