ଦୁଇଦିନ ବର୍ଷା ନାହିଁ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ରାଜ୍ୟରେ ଦୁଇଦିନ ବର୍ଷା ହେବ ନାହିଁ। ପାଗ ଶୁଖିଲା ରହିବ। ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା ନାହିଁ। ମଧ୍ୟପ୍ରଦେଶ ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୨୬ ତାରିଖରୁ ବର୍ଷା ପରିମାଣ ବଢିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

Share