ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ ମଣ୍ଡଳୀରୁ ସମାଜବାଦୀ ପାର୍ଟି ପ୍ରାର୍ଥୀ ଲୋଚନ ସିଂ ମାଝି, ବହୁଜନ ସମାଜ ପାର୍ଟି ପ୍ରାର୍ଥୀ ଶୁକଧର ଦଣ୍ଡସେନା ଓ ଜଣେ ସ୍ବାଧୀନ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଖଡିଆଳ ନିର୍ବାଚନ ମଣ୍ଡଳୀରୁ ସମାଜବାଦୀ ପାର୍ଟି ପ୍ରାର୍ଥୀ ବୁଧାରୁ ବିହାରି ନିର୍ବାଚନ ଅଧିକାରୀଙ୍କଠାରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ନୂଆପଡା ନିର୍ବାଚନ ମଣ୍ଡଳୀର ବହୁଜନ ସମାଜ ପାର୍ଟି ପ୍ରାର୍ଥୀ ଶୁକଧର ନିଜ ସମର୍ଥକଙ୍କ ସହ ସ୍ଥାନୀୟ ଏକତା ଛକରୁ ଏକ ଶୋଭାଯାତ୍ରାରେ ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ନିର୍ବାଚନ ଅଧିକାରୀ ଯୋଗେନ୍ଦ୍ର ମାଝିଙ୍କଠାରେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ସେହିପରି ସମାଜବାଦୀ ପାର୍ଟି ପ୍ରାର୍ଥୀ ଲୋଚନ ସିଂ ମାଝି ନିଜ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି ନାମାଙ୍କନପତ୍ର ଦାଖଲ କରିଛନ୍ତି। ସ୍ବାଧୀନ ପାର୍ଟି ପ୍ରାର୍ଥୀ ଭାବରେ ଜଣେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ା ଖଡିଆଳ ନିର୍ବାଚନ ମଣ୍ଡଳୀର ସମାଜବାଦୀ ପ୍ରାର୍ଥୀ ଭାବରେ ବୁଧାରୁ ବିହାରୀ ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ସୁଦ୍ଧା ନୂଆପଡ଼ା ନିର୍ବାଚନ ମଣ୍ଡଳୀରେ ୯ଜଣ ଓ ଖଡିଆଳ ନିର୍ବାଚନ ମଣ୍ଡଳୀରେ ୬ ଜଣ ବିଧାୟକ ପ୍ରାର୍ଥୀ ଭାବରେ ମୋଟ ୧୫ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଅନ୍ୟପକ୍ଷେ ନାମାଙ୍କନ ଶେଷ ହୋଇଥିବା ବେଳେ ଆଗକୁ ନିର୍ବାଚନ ପ୍ରଚାର ଜୋରଦାର ହେବ।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri