ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । ତିନି ଦିନ ଯାଏ ବର୍ଷା ସମ୍ଭାବନା ରହିଛି।
ରବିବାର ଲାଗି ୧୭ ଜିଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ସୋମବାର ଦକ୍ଷିଣ ଓଡ଼ିଶାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ୨୬ ତାରିଖ ପରେ ପାଗରେ ପୁଣି ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଆସନ୍ତା ୨୩ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରୁଥିବା ପାଣିପାଗ ବିଭାଗ ସୂଚନା ମିଳିଛି।
ଅନ୍ୟପକ୍ଷେ ବନ୍ୟା ସ୍ତିତି  କମିଛି, ହେଲେ ବିପନ୍ନଙ୍କ ଦୁର୍ଦ୍ଦଶା କମିନି।  ବାଲେଶ୍ବର ବାଲିଆପାଳ ଓ ଭୋଗରାଇ ବ୍ଲକର ଅନେକଙ୍କ ଘରେ ଏବେ ବି ଚୁଲି ଜଳୁନି। ଶୁଖିଲା ଖାଦ୍ୟ ଖାଇ ଦିନ କଟୁଛନ୍ତି ବିପନ୍ନ। ସୁବର୍ଣ୍ଣରେଖା ନଦୀ ବନ୍ୟାରେ ସାମାନ୍ୟ ସୁଧାର ଆସିଥିଲେ ବି ସ୍ବାଭାବିକ ହୋଇନି ଜୀବନ। ଭୋଗରାଇ ବ୍ଲକର କୁମ୍ଭୀରଗଡି ପଞ୍ଚାୟତ, କୁଷୁଡା, ଗବଗାଁ, ମନୁନଗର ଏବଂ ରସଲପୁଲ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ରହିଛି। କୁଲ୍ହା ଗାଁର ଶତାଧିକ ନଦୀକୂଳିଆ ଲୋକେ ଭୂଆଁ ବନ୍ଧ ଉପରେ ଜରିପାଲ ଟାଣି ଖୋଲା ଆକାଶ ତଳେ ଜୀବନ କାଟିଛନ୍ତି। ସମାନ ଅବସ୍ଥା ବାଲିଆପାଳ ବ୍ଲକର ତାଳପଦା, ବିଷ୍ଣୁପୁର, ଜାମକୁଣ୍ଡା ଗାଁର । ଲୋକଙ୍କ ଯୋଗାଯୋଗର ଏକମାତ୍ର ମାଧ୍ୟମ ସାଜିଛି ଡଙ୍ଗା। ସେପଟେ ଭୋକ ଉପାସରେ ପିଲାଛୁଆଙ୍କୁ ଧରି ଆଜିକୁ ଛଅ ଦିନ ହେଲାଣି ସରକାରୀ ରିଲିଫକୁ ଚାହିଁ ରହିଛନ୍ତି ବନ୍ୟା ବପନ୍ନ।

Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ...

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri