ପଞ୍ଚାୟତ ନିର୍ବାଚନ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି, ୧୭ ନାମାଙ୍କନପତ୍ର ଦାଖଲ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଲାଗି ନିର୍ବାଚନ ଅଧିକାରୀ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ସରପଞ୍ଚ ଓ ସମିତି ସଭ୍ୟଙ୍କ ପାଇଁ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ, ଜିଲା ପରିଷଦ ସଭ୍ୟଙ୍କ ପାଇଁ ଜିଲା ଓ ବ୍ଲକ କାର୍ଯ୍ୟାଳୟରେ ବିଜ୍ଞପ୍ତି ପ୍ରକାଶ ପାଇଛି। ତ୍ରିସ୍ତରୀୟ ପଞ୍ଚାୟତ ଭୋଟ୍‌ ଫେବୃଆରୀ ୧୬ରେ ହେବ। ଏ ନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । ଫେବୃଆରୀ ୧୬, ୧୮, ୨୦, ୨୨, ଓ ୨୨ ତାରିଖରେ ମତଦାନ ହେବ। ଏଥିପାଇଁ ପାର୍ଥୀ ଜାନୁଆରୀ ୧୭ ରୁ ୨୧ ତାରିଖ ମଧ୍ୟରେ ନାମାଙ୍କନପତ୍ର ଦାଖଲ କରିବେ।

Share