ଚିଟ୍‌ଫଣ୍ଡ ମାମଲାରେ ପୂର୍ବତନ ଏମ୍‌ପି ରାମଚନ୍ଦ୍ର ହାଁସଦାଙ୍କୁ ନୋଟିସ

କଟକ,୨୧ା୩ (କାର୍ତ୍ତିକ ସାହୁ)- ଚିଟ୍‌ଫଣ୍ଡ ମାମଲାରେ ପୂର୍ବତନ ଏମ୍‌ପି ରାମଚନ୍ଦ୍ର ହାଁସଦାଙ୍କୁ ହାଇକୋର୍ଟ ଗୁରୁବାର ନୋଟିସ୍‌ ଜାରି କରିଛନ୍ତି। ଦୁର୍ନୀତି ନିବାରଣ ଆଇନ୍‌ରୁ ହାଁସଦାଙ୍କୁ ଦୋଷମୁକ୍ତ କରାଯିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସିବିଆଇ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଥିଲା। ହାଇକୋର୍ଟ ଉକ୍ତ ଆବେଦନକୁ ବିଚାର ପାଇଁ ଗ୍ରହଣ କରି ନୋଟିସ ଜାରି କରିଛନ୍ତି।
ସୂଚନାଯୋଗ୍ୟ, ମୟୂରଭଞ୍ଜର ପୂର୍ବତନ ଏମ୍‌ପି ରାମଚନ୍ଦ୍ର ହାଁସଦାଙ୍କୁ ଚିଟ୍‌ଫଣ୍ଡ ମାମଲାରେ ସିବିଆଇ ୨୦୧୪ରେ ଗିରଫ କରିଥିଲା। ସେ ନବଦିଗନ୍ତ କ୍ୟାପିଟାଲ ସର୍ଭିସେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ନାମକ ଚିଟ୍‌ଫଣ୍ଡ ସଂସ୍ଥା ସହ ଲିଙ୍କ୍‌ ମାମଲାରେ ଗିରଫ ହୋଇଥିଲେ। ସେତେବେଳେ ନବଦିଗନ୍ତର ସିଏମ୍‌ଡି ଅଞ୍ଜନ ବଳିୟାରସିଂ, ପ୍ରତିଷ୍ଠାତା ପ୍ରଦୀପ କୁମାର ଓ କେନ୍ଦୁଝରର ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ ମଧ୍ୟ ଗିରଫ ହୋଇଥିଲେ।

ହାଁସଦା ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଥିବାବେଳେ ଗୋଟିଏ ଦିନ ସଂସଦରେ ଯୋଗଦେବା ନିମନ୍ତେ ଅନୁମତି ଦେବାକୁ ୨୦୧୫ରେ ହାଇକୋର୍ଟଙ୍କୁ ପ୍ରାର୍ଥନା କରିଥିଲେ। କାରଣ ଲଗାତର ୬୦ ଦିନ ସଂସଦରେ ଅନୁପସ୍ଥିତ ରହିଲେ ସଭ୍ୟ ପଦ ରଦ୍ଦ ହେବାର ଆଇନ ରହିଛି। ଏହି କାରଣରୁ ତାଙ୍କ ଆବେଦନକୁ ହାଇକୋର୍ଟ ଗ୍ରହଣ କରି ଅନୁମତି ଦେଇଥିଲେ। ହାଁସଦା ସିବିଆଇ ହେପାଜତରେ ଭୁବନେଶ୍ୱରରୁ ଦିଲ୍ଲୀ ଯାଇ ସଂସଦରେ ଗୋଟିଏ ଦିନ ଯୋଗ ଦେବା ପରେ ପୁଣି ତାଙ୍କୁ ସିବିଆଇ କୋର୍ଟରେ ହାଜର କରାଯାଇଥିଲା। ପରବର୍ତ୍ତୀ ସମୟରେ ମାମଲାର ବିଚାର ପରେ ନିମ୍ନ କୋର୍ଟ ତାଙ୍କ ବିରୋଧରେ ଥିବା ଦୁର୍ନୀତି ଅଭିଯୋଗରୁ ହାଁସଦାଙ୍କୁ ଦୋଷମୁକ୍ତ କରିଥିଲେ। ଏହାକୁ ନେଇ ସିବିଆଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଗାଡ଼ି ଧକ୍କାରେ ଭାଙ୍ଗିଲା ରେଳଫାଟକ

ନିରାକାରପୁର, ୨୦।୪(ମାନସ ଚନ୍ଦ୍ର ପଟ୍ଟନାୟକ): ପିକଅପ୍‌ ଭ୍ୟାନ ଧକ୍କାରେ ପୁଣି ରେଳ ଫାଟକ ଭାଙ୍ଗଛି। ରବିବାର ସାଂ ପ୍ରାୟ ସାଢେ ୭ଟା ରେ ଖୋର୍ଦ୍ଧା ଜିଲା...

ଭାଜପାର ସକ୍ରିୟ ସଦସ୍ଯ ସମ୍ମଳନୀ, ଆୟୁଷ୍ମାନ କାର୍ଡ ବଣ୍ଟନ: ଯୋଗ ଦେଲେ ସାଂସଦ

ଜି. ଉଦୟଗିରି,୨୦।୪(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରି ଏନଏସି କଲ୍ଯାଣ ମଣ୍ଡପରେ ଭାଜପା ତରଫରୁ ବିଧାନ ସଭା ମଣ୍ତଳୀ ସ୍ତରୀୟ ସକ୍ରିୟ ସଦସ୍ଯ ସମ୍ମଳନୀ...

ଦାଦନ ଖଟିବାକୁ ଯାଇ ଡଙ୍ଗରିଆ ଯୁବତୀଙ୍କ ମୃତ୍ୟୁ

ରାୟଗଡ଼ା,୨୦।୪(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାର ଆଦିମ ଜନଜାତି ଭାବେ ପରିଚିତ ଡଙ୍ଗରିଆ କନ୍ଧ ସମ୍ପ୍ରଦାୟର ଜଣେ ନାବାଳିକା ଦାଦନ ଖଟିବାକୁ ଯାଇ ଶନିବାର କେରଳ...

ଠିକାଦାରଙ୍କ ମୁଣ୍ଡରେ ବନ୍ଧୁକ ରଖି ଲୁଟିଥିଲେ, ତୁମୁଡ଼ିବନ୍ଧ ପୋଲିସ ପଞ୍ଝାରେ ୫ ଜଣିଆ ସଶସ୍ତ୍ର ଡକାୟତ ଗ୍ୟାଙ୍ଗ

ତୁମୁଡିବନ୍ଧ,୨୦।୪(ଦୀପକ କୁମାର ପରାସେଠ)-କନ୍ଧମାଳ ଜଲା ତୁମୁଡିବନ୍ଧ ପୋଲିସ ୫ ଜଣିଆ ଶସସ୍ତ୍ର ଡକାୟତ ଗ୍ୟାଙ୍ଗକୁ ଗିରଫ କରିଛି। ସେମାନଙ୍କ ଠାରୁ ଗୋଟିଏ ରାୟଫୁଲସ ବନ୍ଧୁକ, ଗୋଟିଏ...

୭-ଦଫା ଦାବି କରି ଗଣ ଇସ୍ତଫା ଦେବାକୁ ଧମକ ଦେଲେ ଓଡ଼ିଶା ଡାକ୍ତର ସଂଘ

ଭୁବନେଶ୍ୱର, ୨୦।୪: ଓଡ଼ିଶା ମେଡିକାଲ ଆସୋସିଏସନ (ଓଏମଏସଏ) ରାଜ୍ୟ ସରକାରଙ୍କୁ ଏକ ମାସ ମଧ୍ୟରେ ସାତ-ଦଫା ଦାବିପତ୍ର ପୂରଣ ନକଲେ କାର୍ଯ୍ୟ ବର୍ଜନ ଏବଂ ଗଣ...

ମିସ୍ତ୍ରୀ କାମ ଥିଲା ବାହାନା, ଚୋରା ଗଞ୍ଜେଇ କାରବାର ଅଭିଯୋଗରେ ୨ ଯୁବକ ଗିରଫ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ପଶ୍ଚିମବଙ୍ଗରୁ ଅନେକ ଯୁବକ ଆସି ଗଞ୍ଜାମ ଓ କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ମିସ୍ତ୍ରୀ କାମ କରନ୍ତି। କିନ୍ତୁ ସେମାନଙ୍କମଧ୍ୟରୁ କିଏ ଜୀବନଜୀବିକା ପାଇଁ...

ରାସ୍ତାରେ ଚାଲି ଚାଲି ଯାଉଥିଲେ, ଧକ୍କା ଦେଲା ପର୍ଯ୍ୟଟକ ବସ୍‌

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରରୁପର୍ଯ୍ୟଟକଙ୍କୁ ନେଇ ରବିବାର ଉତ୍ତର ଭାରତ ଅଭିମୁଖେ ଯାଉଥିବା ଏକ ବସ୍‌ ଧକ୍କାରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ...

ଖବରଦାତାଙ୍କ ମାତୃ ବିୟୋଗ

ସୁନାବେଡା,୨୦ା୪(କୃତ୍ତିବାସ ପ୍ରଧାନ)-କୋରାପୁଟ ଧରିତ୍ରୀ ଖବରକାଗଜ ଜିଲା ପ୍ରତିନିଧି ଅମିତାଭ ବେହେରାଙ୍କ ମା’ ସୌଦାମିନୀ ବେହେରା(୮୦)ଙ୍କ ରବିବାର ସକାଳ ୭ଟାରେ ଦେହାନ୍ତ ହୋଇଛି। ସେ କିଛିଦିନ ଧରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image