ଯୁକ୍ତ ୩ ନାମ ଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଯୁକ୍ତ ୩ରେ ନାମ ଲେଖାଇବାକୁ ଉଚ୍ଚ ଶିକ୍ଷା ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି। www.samsodisha.gov.in ରେ ଜୁନ ୧୯ରୁ ଜୁଲାଇ ୪ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଆବେଦନ କରିପାରିବେ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ସେହିପରି ଜୁଲାଇ ୧୪ରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା, ଦିତୀୟ ପର୍ଯ୍ୟାୟ ମେଧା ତାଲିକା ଜୁଲାଇ ୨୭, ତୃତୀୟ ପର୍ଯ୍ୟାୟ ମେଧା ତାଲିକା ଅଗଷ୍ଟ ୩, ଅଗଷ୍ଟ ୨୧ରେ ଚତୁର୍ଥ ପର୍ଯ୍ୟାୟ, ସେପ୍ଟେମ୍ବର ୧ ପଞ୍ଚମ ପର୍ଯ୍ୟାୟ ଏବଂ ୧୩ ସେପ୍ଟେମ୍ବରରେ ଷଷ୍ଠ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ କରାଯିବ।

Share