ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ:୧୫ରେ ଯାଞ୍ଚ, ଜୁନ୍‌ ୧ରେ ଭୋଟ

ଭୁବନେଶ୍ୱର,୭।୫(ଅନିଲ ଦାସ):ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ହେବାକୁ ଥିବା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଲୋକ ସଭା ଏବଂ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ସୋମବାର ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିସହିତ ନାମାଙ୍କନ ଦାଖଲ ପ୍ରକି୍ରିୟା ମଧ୍ୟ ଆରମ୍ଭ ହୋଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ମେ ୧୪ ତାରିଖ ଯାଏ ନାମାଙ୍କନ ପତ୍ର ଦାଖଲ ଚାଲିବ। ମେ ୧୫ରେ ପ୍ରାର୍ଥତ୍ପତ୍ର ଯାଞ୍ଚ କରାଯିବା ପାଇଁ ସମୟ ଧାର୍ଯ୍ୟ ହୋଇଥିବା ବେଳେ ୧୭ ତାରିଖରେ ପ୍ରତ୍ୟାହାର କରାଯିବ। ଜୁନ୍‌ ୧ ତାରିଖରେ ଭୋଟ ଗ୍ରହଣ ହେବ ଓ ୪ ତାରିଖରେ ଫଳାଫଳ ପ୍ରକାଶ ପାଇବ।
ଏହି ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ବିଧାନସଭା ନିର୍ବାଚନମଣ୍ଡଳୀ ହେଲା ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବାରିପଦା, ମୋରଡ଼ା, ବଡସାହି, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଞ୍ଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ନିଆଳି, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତ୍‌ସିଂହପୁର, କାକଟପୁର ଏବଂ ନିମାପଡ଼ା।

Share