ରାଜ୍ୟ ସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୮।୨: ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ଫେବୃଆରୀ ୧୫ଯାଏ ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ କରିବେ। ଫେବୃଆରୀ ୧୬ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ହେବ । ସେହିପରି ୨୦ ଫେବୃଆରୀ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ। ୨୭ ଫେବୃଆରୀ ସକାଳ ୯ଟାରୁ ୪ଟା ଯାଏ ଭୋଟ ଗ୍ରହଣ ହେବ। ସେହିଦିନ ଅପରାହ୍ନ ୫ଟାରୁ ଭୋଟ ଗଣତି କରାଯିବ।

ସୂଚନାଥାଉ କି, ଓଡ଼ିଶାର ତିନି ରାଜ୍ୟ ସଭା ସିଟ ପାଇଁ ନିର୍ବାଚନ ହେବ। ଫେବୃଆରୀ ୨୭ରେ ଓଡ଼ିଶା ସମେତ ୧୫ ରାଜ୍ୟର ୫୬ଟି ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ହେବ।

Share