Posted inଜାତୀୟ

ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ଆସନ୍ତାକାଲି ପ୍ରକାଶ ପାଇବ ବିଜ୍ଞପ୍ତି

ନୂଆଦିଲ୍ଲୀ,୨୭।୩: ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଆସନ୍ତାକାଲି ଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ଲୋକସଭା ସାଧାରଣ ନିର୍ବାଚନ ୨୦୨୪ରେ ମତଦାନ ହେବାକୁ ଥିବା ୧୨ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶର ୮୮ଟି ସଂସଦୀୟ କ୍ଷେତ୍ର ପାଇଁ ଆସନ୍ତାକାଲି ଅର୍ଥାତ ୨୮ ମାର୍ଚ୍ଚ ୨୦୨୪ରେ ବିଜ୍ଞପ୍ତି ପ୍ରକାଶ ପାଇବ ।

ଦ୍ୱିତୀୟ ପର୍ଯ୍ୟାୟରେ ବାହ୍ୟ ମଣିପୁର ସଂସଦୀୟ ନିର୍ବାଚନ ମଣ୍ଡଳୀରେ ଆଂଶିକ ମତଦାନ ସହିତ ଉପରୋକ୍ତ ୮୮ଟି ସଂସଦୀୟ କ୍ଷେତ୍ରରେ ନିର୍ବାଚନ ଆୟୋଜନ କରାଯିବ। ବାହ୍ୟ ମଣିପୁର ସଂସଦୀୟ କ୍ଷେତ୍ରର ବିଜ୍ଞପ୍ତିକୁ ପ୍ରଥମ ପର୍ଯ୍ୟାୟ ପାଇଁ ଜାରି ଗେଜେଟ୍‌ ବିଜ୍ଞପ୍ତିରେ ସାମିଲ କରାଯାଇଥିଲା। ବାହ୍ୟ ମଣିପୁର ସଂସଦୀୟ ନିର୍ବାଚନ କ୍ଷେତ୍ରର ୧୫ଟି ବିଧାନସଭା କ୍ଷେତ୍ରରେ ୧୯ ଏପ୍ରିଲ ୨୦୨୪ (ପର୍ଯ୍ୟାୟ ୧)ରେ ମତଦାନ ହେବ ଏବଂ ଏହି ସଂସଦୀୟ ନିର୍ବାଚନ ମଣ୍ଡଳୀର ୧୩ଟି ବିଧାନସଭା କ୍ଷେତ୍ରରେ ୨୬ ଏପ୍ରିଲ୍‌ ୨୦୨୪ (ଦ୍ୱିତୀୟ ପର୍ଯ୍ୟାୟ)ରେ ମତଦାନ ହେବ।

ଦ୍ୱିତୀୟ ପର୍ଯ୍ୟାୟରେ ସାମିଲ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶ ହେଉଛି – ଆସାମ, ବିହାର, ଛତିଶଗଡ଼, ଜାମ୍ମୁ ଓ କାଶ୍ମୀର, କର୍ଣ୍ଣାଟକ, କେରଳ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ତ୍ରିପୁରା, ଉତ୍ତର ପ୍ରଦେଶ ଓ ପଶ୍ଚିମବଙ୍ଗ। ଏହାବ୍ୟତୀତ ମଣିପୁରର ଗୋଟିଏ ସଂସଦୀୟ କ୍ଷେତ୍ର (ବାହ୍ୟ ମଣିପୁର)ର ଗୋଟିଏ ଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri