ଦିନ ଥିଲା ମୁଁ ବିଜେଡିରେ ଟିକେଟ୍‌ ବାଣ୍ଟୁଥିଲି, ଏବେ ମୁଁ ଦଳରେ ନାହିଁ, କାହିଁକି ଏପରି କହିଲେ ଅମର…

ଭୁବନେଶ୍ୱର,୧୪ା୧୦: ବିଜେଡିରେ ଚାଲିଥିବା ଅନ୍ତଃକନ୍ଦଳ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି। ଦଳର ବରିଷ୍ଠ ନେତାମାନେ ଜଣେ ଜଣଙ୍କୁ ଆକ୍ଷେପ ପ୍ରତି ଆକ୍ଷେପ କରି ଚାଲିଛନ୍ତି। ସବୁଠୁ ଚମକାଇ ଦେଇଛି ଦଳର ବରିଷ୍ଠ ନେତା ତଥା ବଡ଼ଚଣାର ପୂର୍ବତନ ବିଧାୟକ ଅମର ଶତପଥୀଙ୍କ ବିସ୍ଫୋରକ ବୟାନ। ଲେନିନ ତାଙ୍କୁ ଦଳ ଛାଡ଼ି ପଳାନ୍ତୁ କହିବା ପରେ ଅମର କଡ଼ା କଥା ଶୁଣାଇ ଦେଇଛନ୍ତି।

ସେ କହିଛନ୍ତି, ‘ଦିନ ଥିଲା ମୁଁ ବିଜେଡିରେ ଟିକେଟ ବାଣ୍ଟୁଥିଲି। ଏବେ ମୁଁ ଦଳରେ ନାହିଁ। ମୁଁ ଏବେ ସ୍ବାଧୀନ। ସଭ୍ୟ ସଂଗ୍ରହ ଅଭିଯାନରେ ମୁଁ ମୋ’ ସଭ୍ୟପଦ ନବୀକରଣ ବି କରିନି। କିଛି ଦିନ ହେଲା ମୁଁ ସକ୍ରିୟ ରାଜନୀତିରୁ ନିବୃତ୍ତ ରହିଛି। ଲେନିନ୍‌ଙ୍କ ଅପରିପକ୍ବତା ପ୍ରତି ମୋର ଦୟା ଆସୁଛି। ମୋ ପୁତୁରା କେହି ଭାଜପାକୁ ଯାଇନାହାନ୍ତି, ସେ ନାଁ କହିଲେ ଭଲ ହେବ। ଭାଜପା ସହ ଅନେକ ଦଳ ଏବେ ବି ମୋ’ ସହ ଯୋଗାଯୋଗରେ ଅଛନ୍ତି। କିନ୍ତୁ ମୁଁ ଏବେ ସକ୍ରିୟ ରାଜନୀତିରୁ ନିବୃତ୍ତ ରହିଛି।’


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କଲା ମା’

ସୁନ୍ଦରଗଡ଼,୧୬ା୧୦: ୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କରିଛି ମା’। ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ ଜିଲାର ଲାଠିକଟା ଅଞ୍ଚଳରେ। ଏକ...

କଟକ ବାଲିଯାତ୍ରାରେ ଏଥର ବଲିଉଡ୍‌ ନାଇଟ୍‌, ଆକର୍ଷଣ ପାଲଟିବେ ଏହି ବଡ଼ ଷ୍ଟାର୍‌

କଟକ,୧୬ା୧୦: ଏଥର କଟକ ବାଲିଯାତ୍ରାରେ ହେବ ବଲିଉଡ୍‌ ନାଇଟ୍‌ ଶୋ’ । ଏନେଇ କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସୂଚନା ଦେଇଛନ୍ତି। ବାଲିଯାତ୍ରାକୁ ବଲିଉଡ୍‌ ଗାୟକ...

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ...

ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ…

ଭୁବନେଶ୍ୱର,୧୬ା୧୦: ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅପ୍ରାସଙ୍ଗିକ ଓ ଅଦରକାରୀ...

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

କାହିଁକି ବିଜେଡି ଛାଡୁଛନ୍ତି ନେତା, ଭିତିରି କଥା କହିଦେଲେ ସନ୍ତୃପ୍ତ

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ସନ୍ତୃପ୍ତ ମିଶ୍ରଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଲଚଲ, ଯୋଗାଯୋଗରେ ବହୁ ଭାଜପା ନେତା…

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ, ପାଣ୍ଡିଆନଙ୍କୁ ନେଇ କହିଲେ…

ଭୁବନେଶ୍ୱର,୧୬।୧୦: ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ। ଖୋଲାଖୋଲି କାର୍ତ୍ତିକ ପାଣ୍ଡିଆନଙ୍କ ନାଁ ନେଇ ବଡ଼ ବୟାନ ଦେଇଛନ୍ତି ଦେବାଶିଷ। ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri